Masthead

ପଶ୍ଚିମ ଓଡ଼ିଶାରେ ଅଂଶୁଘାତରେ ୪୧ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରେ ଆଉଟ ପାଉଟୁ ପଶ୍ଚିମ ଓଡ଼ିଶା । ଅଂଶୁଘାତରେ ୪୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଏବେ ଚିକିତ୍ସାଧୀନ ଅଛନ୍ତି । ପ୍ରବଳ ଖରା ଯୋଗୁଁ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି । ସୁନ୍ଦରଗଡ ସମେତ ସାରା ପଶ୍ଚିମ ଓଡିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଲାଗି ରହିଛି । ଝାରୁସୁଗୁଡାରେ ତାପମାତ୍ରା ୪୭ ଡିଗ୍ରୀ ରେକର୍ଡ ହୋଇଛି । ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସମ୍ବଲପୁରରେ ୮, ଝାରସୁଗୁଡାରେ ୭, ବଲାଙ୍ଗୀରରେ ୬ ଜଣ ଏବଂ ଅନ୍ୟ ସ୍ଥାନରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ରାଉରକେଲା ଆରଜିଏଚରେ ୧୨ ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାମୁଖ୍ୟ ଚିକିତ୍ସାଳୟରେ ୪ ଜଣ ଏବଂ ବନ୍ଧମୁଣ୍ଡା ରେଳବାଇ ହସ୍ପିଟାଲରେ ଜଣଙ୍କର ମୃତ୍ୟୁ ହୋଇଛି । ମେଡିକାଲରେ ଦିନକୁ ଦିନ ଅସୁସ୍ଥଙ୍କ ସଂଖ୍ୟା ବଢିବାରେ ଲାଗିଛି । ଘଟଣା ନେଇ ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି ଏସଆରସି ସତ୍ୟବ୍ରତ ସାହୁ । ଆରଜିଏଚ ହସ୍ପିଟାଲକୁ ଯାଇଛନ୍ତି ଏଡିଏମ, ପାନପୋଷ ଉପଜିଲ୍ଲାପାଳ । ତରୁନ୍ତ ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ