Masthead

୨୪ ଘଣ୍ଟାରେ ୭୯୧ ପଜିଟିଭ୍ ଚିହ୍ନଟ; ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ରେକର୍ଡ ଭାଙ୍ଗୁଛି କରୋନା ସଂକ୍ରମଣ । ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୭୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୫୯ ଜଣ କ୍ୱାରେଣ୍ଟାଇନରୁ ଏବଂ ୩୩୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

୭୯୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୭, ବାଲେଶ୍ୱରରୁ ୬, ବରଗଡ଼ରୁ ୪୮, ଭଦ୍ରକରୁ ୧୦, ବଲାଙ୍ଗିରରୁ ୧୪, ବୌଦ୍ଧରୁ ୨, କଟକରୁ ୪୬, ଦେଓଗଡ଼ରୁ ଜଣେ, ଢେଙ୍କାନାଳରୁ ୩, ଗଞ୍ଜାମରୁ ୯, ଜଗତସିଂହପୁରରୁ ୯, ଯାଜପୁରରୁ ୧୬, ଝାରସୁଗୁଡ଼ାରୁ ୩୧, କଳାହାଣ୍ଡିରୁ ୩୮, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୩୯, ଖୋର୍ଦ୍ଧାରୁ ୧୧୮, କୋରାପୁଟରୁ ୯, ମାଲକାନଗିରିରୁ ୯, ମୟୁରଭଞ୍ଜରୁ ୨୪, ନବରଙ୍ଗପୁରରୁ ୨୩, ନୟାଗଡ଼ରୁ ୭, ନୂଆପଡ଼ାରୁ ୩୧, ପୁରୀରୁ ୪୩, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୪୫, ସୋନପୁରରୁ ୭, ସୁନ୍ଦରଗଡ଼ ୧୪୭ ଏବଂ ଷ୍ଟେଟ୍ ପୁଲରୁ ୨୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୪୪ ହଜାର ୬୪୭ରେ ପହଂଚିଛି । ସେହିପରି ମୋଟ୍ ସୁସ୍ଥଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୪୧୬ରେ ପହଂଚିଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ୨୬୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେପଟେ ୪ ହଜାର ୨୫୫ ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲ ଚିକିତ୍ସିତ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି