ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୫୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୭୭୧୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୭୭୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୯୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୩୬୦୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୦୦୫୨୯୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *