Masthead

ଆସାମରେ ବନ୍ୟା ବିତ୍ପାତ, ୧୬ଲକ୍ଷ ଲୋକ ପ୍ରଭାବିତ

ଆସାମ (ବଡ଼ ଖବର ବ୍ୟୁରୋ): ଆସାମରେ ଭୟଙ୍କର ହେଲାଣି ବନ୍ୟା ସ୍ଥିତି । ଆସାମର ୧୯ଟି ଜିଲ୍ଲାରେ ୬ ଲକ୍ଷ ଲୋକେ ପ୍ରଭାବିତ । ବ୍ରହ୍ମପୁତ୍ର ଜଳସ୍ତର ଏବେ ବି ବିପଦ ସଙ୍କେତ ଉପରେ । ସେପଟେ ବନ୍ୟା ଯୋଗୁ ବର୍ତ୍ତମାନ ସୁଦ୍ଧା ୪୬ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବନ୍ୟା ପାଣିରେ ବୁଡି ଆଉ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏନଡିଆରଏଫ, ଏସଡିଆରଏଫ, ଅଗ୍ନିଶମ ବିଭାଗ ଏବଂ ସେନା ସହାୟତାରେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି।

ରାସ୍ତାଘାଟ ବୁଡି ରହିଥିବାରୁ ଗମନାଗମନରେ ବାଧା ଉପୁଜିଛି। ଏମିତିକି ଅନେକ ବିଲ୍ଡଂର ପ୍ରଥମ ମହଲା ଜଳରେ ବୁଡି ରହିଥିବାରୁ ଲୋକେ ଘରଦ୍ୱାର ଛାଡି ଅନ୍ୟତ୍ର ମୁଣ୍ଡ ଗୁଞ୍ଜିଛନ୍ତି। ସେପଟେ କାଜିରଙ୍ଗା ଜାତୀୟ ଉଦ୍ୟାନରେ ରହୁଥିବା ପ୍ରାଣୀଙ୍କ ଲାଗି ମଧ୍ୟ ବିପଦ ଦେଖାଦେଇଛି। ଚାରିଆଡେ ପାଣି ପଶିଯାଇଛି। ଜାତୀୟ ଉଦ୍ୟାନର ଅନେକ ସ୍ଥାନ ପାଣିରେ ବୁଡି ରହିଛି। ଫଳରେ ହାତୀ, ହରିଣ, ଗଣ୍ଡାଠୁ ଆରମ୍ଭ କରି ଅନେକ ପଶୁପକ୍ଷୀ ଏବେ ଜନବସତି ମୁହାଁ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା