Masthead

ଓଡ଼ିଶାରେ ଚାଲିବ ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସ, ଟାଟା ନଗର-ବ୍ରହ୍ମପୁର ମଧ୍ୟରେ ଟ୍ରାଏଲ ରନ୍

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଦେଇ ଚାଲିବ ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ । ରବିବାର ଏହାର ଟ୍ରାଏଲ ରନ୍ ହୋଇଛି । ବ୍ରହ୍ମପୁର-ଟାଟାନଗର ମଧ୍ୟରେ ଭାୟା କେନ୍ଦୁଝର ହୋଇ ଆସନ୍ତା ସେପ୍ଟେମ୍ବର ୧୫ ତାରିଖରୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ ଚଳାଚଳ କରିବ । ଏଥିପାଇଁ ରେଳ ବିଭାଗ ପ୍ରସ୍ତୁତ ହେଉଛି । ଲୋକାର୍ପଣ ପୂର୍ବରୁ ଏହି ମାର୍ଗରେ ଟ୍ରାଏଲ ରନ୍ କରାଯାଇଛି । ଟ୍ରେନ୍ଟି ନିର୍ଦ୍ଧାରିତ ସମୟରେ କେନ୍ଦୁଝର ଷ୍ଟେସନରେ ୮ଟା ୫୮ମିନିଟ୍ରେ ପହଞ୍ଚି ୯ଟା ବାଜି ୪ମିନିଟ୍ରେ କେନ୍ଦୁଝର ଷ୍ଟେସନ ଛାଡି ବ୍ରହ୍ମପୁର ଅଭିମୁଖେ ଯାତ୍ରା କରିଥିଲା । ଟାଟା ନଗର-ବହ୍ମପୁର ମଧ୍ୟରେ ଚଳାଚଳ କରିବାକୁ ଥିବା ବନ୍ଦେ ଭାରତ ଟ୍ରେନ୍ର ଟ୍ରାଏଲ ରନ୍ରେ ଟ୍ରେନ୍ଟିକୁ ଦେଖିବା ପାଇଁ ଅନେକ ସ୍ଥାନୀୟ ଲୋକ ଏବଂ ବିଭିନ୍ନ ବିଶିଷ୍ଟ ବ୍ୟକ୍ତି ବିଶେଷ ଉପସ୍ଥିତ ରହିଥିଲେ । କେନ୍ଦୁଝର ଦେଇ ଏହି ସ୍ୱତନ୍ତ୍ର ଟ୍ରେନ୍ଟିକୁ ଚଲାଇବା ପାଇଁ ନିଷ୍ପତ୍ତି ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରେଳ ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରାଧାକାନ୍ତ ମହାନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା