Masthead

ଓଡ଼ିଶାରେ ଚାଲିବ ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସ, ଟାଟା ନଗର-ବ୍ରହ୍ମପୁର ମଧ୍ୟରେ ଟ୍ରାଏଲ ରନ୍

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଦେଇ ଚାଲିବ ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ । ରବିବାର ଏହାର ଟ୍ରାଏଲ ରନ୍ ହୋଇଛି । ବ୍ରହ୍ମପୁର-ଟାଟାନଗର ମଧ୍ୟରେ ଭାୟା କେନ୍ଦୁଝର ହୋଇ ଆସନ୍ତା ସେପ୍ଟେମ୍ବର ୧୫ ତାରିଖରୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ ଚଳାଚଳ କରିବ । ଏଥିପାଇଁ ରେଳ ବିଭାଗ ପ୍ରସ୍ତୁତ ହେଉଛି । ଲୋକାର୍ପଣ ପୂର୍ବରୁ ଏହି ମାର୍ଗରେ ଟ୍ରାଏଲ ରନ୍ କରାଯାଇଛି । ଟ୍ରେନ୍ଟି ନିର୍ଦ୍ଧାରିତ ସମୟରେ କେନ୍ଦୁଝର ଷ୍ଟେସନରେ ୮ଟା ୫୮ମିନିଟ୍ରେ ପହଞ୍ଚି ୯ଟା ବାଜି ୪ମିନିଟ୍ରେ କେନ୍ଦୁଝର ଷ୍ଟେସନ ଛାଡି ବ୍ରହ୍ମପୁର ଅଭିମୁଖେ ଯାତ୍ରା କରିଥିଲା । ଟାଟା ନଗର-ବହ୍ମପୁର ମଧ୍ୟରେ ଚଳାଚଳ କରିବାକୁ ଥିବା ବନ୍ଦେ ଭାରତ ଟ୍ରେନ୍ର ଟ୍ରାଏଲ ରନ୍ରେ ଟ୍ରେନ୍ଟିକୁ ଦେଖିବା ପାଇଁ ଅନେକ ସ୍ଥାନୀୟ ଲୋକ ଏବଂ ବିଭିନ୍ନ ବିଶିଷ୍ଟ ବ୍ୟକ୍ତି ବିଶେଷ ଉପସ୍ଥିତ ରହିଥିଲେ । କେନ୍ଦୁଝର ଦେଇ ଏହି ସ୍ୱତନ୍ତ୍ର ଟ୍ରେନ୍ଟିକୁ ଚଲାଇବା ପାଇଁ ନିଷ୍ପତ୍ତି ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରେଳ ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରାଧାକାନ୍ତ ମହାନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ