Masthead

୫ ବିଧାୟକଙ୍କୁ ତାଲା

୫ ବିଧାୟକଙ୍କୁ ତାଲା

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ ଘେରିଛନ୍ତି ଅନ୍ୟ ସାମ୍ବାଦିକ । ସେହି ସମୟରେ ଜିଲ୍ଲାପାଳଙ୍କ ଅଫିସରେ ଉପସ୍ଥିତ ଥିବା ବିଜୁ ଜନତା ଦଳର ୫ ବିଧାୟକଙ୍କୁ ମଧ୍ୟ ଘେରିବା ସହ ତାଲା ଦେଇଥିଲେ ସାମ୍ବାଦିକ ମାନେ । ଘେରାଉ ବେଳେ ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚ୍ଚୀ ଏ ବିଷୟରେ ଜିଲ୍ଲାପ୍ରଶାସନ ସହ ଆଲୋଚନା କରିବାକୁ ଯାଉଥିବା ପ୍ରତିକ୍ରିୟା ରଖିଥିଲେ ।

ଘଟଣା କିଛି ଏଭଳି ଥିଲା, ବୁଧବାର ମୁହଁରେ ମାସ୍କ ନପିନ୍ଧି କୋଭିଡ୍ କଟକଣା ଉଲ୍ଲଙ୍ଘନ କରୁଥିଲେ ମହିଳା କନେଷ୍ଟବଳ । ଗଣମାଧ୍ୟମ ପ୍ରତିନିଧି ଯେତେବେଳେ ଏହାର ଭିଡିଓ ଉଠାଇଲେ କନେଷ୍ଟବଳ ମ୍ୟାଡାମଙ୍କ ରାଗ ମୁଣ୍ଡକୁ ଉଠିଗଲା । ସର୍ବସାଧାରଣରେ ସାମ୍ବାଦିକଙ୍କ ଉପରକୁ ହାତ ଉଠାଇଦେଇଥିଲେ ମ୍ୟାଡାମ । ଯାହାର ଦାୟିତ୍ୱ ସୁରକ୍ଷା ଯୋଗଇବା ସେ ଏଠି ଗଣତନ୍ତ୍ର ଚତୁର୍ଥ ସ୍ତମ୍ଭ ଉପରେ ହାତ ଉଠାଉଛି । ବୁଧବାର କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ ଆଗରେ କିଛି ଏଭଳି ଘଟଣା ସାମ୍ନାକୁ ଆସିଥିଲା । ଏହାକୁ ବିରୋଧ କରି ସାମ୍ବାଦିକ ଜିଲ୍ଲାପାଳଙ୍କ ଅଫିସ ଘେରାଉ କରିବା ସହ ସେଠାରେ ଉପସ୍ଥିତଥିବା ବିଧାୟକଙ୍କୁ ଘେରିଥିଲେ । ଏହା ସହ ଦୋଷୀ କନେଷ୍ଟବଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ ।

ବାରମ୍ବାର ରାଜ୍ୟରେ ସାମ୍ବାଦିକଙ୍କ ଉପରେ ଆକ୍ରମଣ ହେଉଛି । କିଛି ଦିନ ପୂର୍ବ ପୁରୀରେ ସାମ୍ବାଦିକଙ୍କୁ ପୋଲିସ ଆକ୍ରମଣ କରିଥିଲା । ବର୍ତ୍ତମାନ କେନ୍ଦ୍ରାପଡ଼ା ଜିଲ୍ଲାରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ରାଜ୍ୟରେ ବାରମ୍ବାର ସାମ୍ବାଦିକ ସୁରକ୍ଷା କଥା ଉଠୁଥିବା ବେଳେ ଏଥିପ୍ରତି କାହାର ଦୃଷ୍ଟି ପଡ଼ୁନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି