Masthead

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶେଷ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହର ବାଜିଛି । ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର। ଏଥିସହ ଶ୍ରମିକଙ୍କ ବ୍ୟତୀତ ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଧ୍ୟ ମଜୁରୀ ବଢ଼ିଛି। ଅଣକୁଶଳୀଙ୍କ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବଢ଼ିବା ସହ କୁଶଳୀଙ୍କ ମଜୁରୀ ୩୯୨ରୁ ୫୦୦ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ୫୦୨ରୁ ୬୦୦କୁ ବୃଦ୍ଧି କରବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ସେହିଭଳି ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର ସ୍ବତନ୍ତ୍ର ପାଣ୍ଠି ପ୍ରସ୍ତାବରେ ମୋହର ମାରିଛନ୍ତି ମୋହନ ସରକାର ।

ରାଜ୍ୟରେ ଓ ଅସ୍ମିତା ଭବନ ଗଠନ ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର । ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ତାଳ ପାତ୍ର ପୋଥି ସଂଗ୍ରହ, କଳାକାର ଗୌରବ ନିଧି ଯୋଜନା, ଜାତୀୟ ବିଶ୍ୱ ବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ପାଇଁ ସ୍ଥିର କରାଯାଇଛି । କ୍ୟାବିନେଟ ବୈଠକରେ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ଉତ୍ସବ ମାନ୍ୟତା ପ୍ରସ୍ତାବରେ ମୋହର ବାଜିଥିବା ବେଳେ ୨୦ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା । ଏଥିମଧ୍ୟରୁ ୧୮ ହଜାର ୭୮୮ ଜଣ ପ୍ରାର୍ଥୀଙ୍କ ଚୟନ ଓ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ଅଚଳ ପ୍ରକଳ୍ପକୁ ସଚଳ କରିବାକୁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ଯାହାଦ୍ୱାରା ଉଠା ଜଳସେଚନର ବିଭାଗର ୨୦୬୫ ଗୋଟି ଅଚଳ ପ୍ରକଳ୍ପ ସଚଳ ହେବ । ୫ ବର୍ଷ ଭିତରେ ୧୦୪୪ କୋଠି ଅର୍ଥ ବିନିଯୋଗ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି