Masthead

ନଦୀରେ ଗାଧୋଇବା ହେଲା କାଳ, ଏକା ସାଙ୍ଗରେ ବୁଡ଼ିଗଲେ ୫ ଛାତ୍ର

ଭଦ୍ରକ (ବଡ଼ ଖବର ବ୍ୟୁରୋ): ନଦୀରେ ଗାଧୋଇବା ହେଲା କାଳ । ଏକା ସାଙ୍ଗରେ ବୁଡି ଗଲେ ୫ ଜଣ ଛାତ୍ର । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଲାଙ୍ଗୁଡ଼ି ଅଞ୍ଚଳରେ । ନାଳିଆ ନଦୀରେ ଗାଧୋଇବା ବେଳେ ବୁଡ଼ିଗଲେ ୫ ଜଣ ଛାତ୍ର  । ଏନେଇ ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ । ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା।

ସୂଚନା ଅନୁଯାୟୀ ଗ୍ରାମାଞ୍ଚଳ ଥାନା ଅଧିନ ଲାଙ୍ଗୁଡ଼ି ଅଞ୍ଚଳର ୫ ଜଣ ସାଙ୍ଗ ଗାଧୋଇବା ବେଳେ ବୁଡି ଯାଇଥିଲେ । ଦୁଇ ଜଣ ଉଦ୍ଧାର ହୋଇଥିବା ବେଳେ ୩ ଜଣ ବୁଡି ଯାଇଥିଲେ । ଅଗ୍ନିଶମ ବାହିନୀ କର୍ମଚାରୀ ଓ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ତେବେ ଡାକ୍ତର ସେଠାରେ ପ୍ରଣୟ, ସ୍ମୃତି ଓ ରଜତଙ୍କୁ ମୃତ ଘୋଷଣା କରିଥିଲେ। ସେମାନଙ୍କର ଅନ୍ୟ ଦୁଇ ସାଙ୍ଗ ସୁସ୍ଥ ଅଛନ୍ତି। ମୃତକ ହେଉଛନ୍ତି ପ୍ରଣୟ ଲେଙ୍କା, ସ୍ମୃତି ରଞ୍ଜନ ସ୍ୱାଇଁ ଓ ରଜତ ଜେନା । ସମସ୍ତେ ଚରମ୍ପା ମହାବିଦ୍ୟାଳୟର ଛାତ୍ର ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା