Masthead

ଭରତପୁର ଥାନାର ୫ ସସପେଣ୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣା ଳ । ଭରତପୁର ଥାନାର ୫ ସସପେଣ୍ଡ । ଭରତପୁରର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର ସସପେଣ୍ଡ । ୫ ପୋଲିସଙ୍କ ବିରୁଦ୍ଧରେ ପୋଲିସ ଡିଜିପିିଙ୍କ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ । ଏସଆଇ, ଦୁଇ ଏଏସଆଇ ସସପେଣ୍ଡ । କନଷ୍ଟେବଳ ବଳରାମ ହାଁସଦା ମଧ୍ୟ ନିଲମ୍ବିତ । ପୂର୍ବରୁ ଏମାନଙ୍କୁ ବଦଳି କରାଯାଇଥିଲା ।

ସୂଚନା ଅନୁସାରେ ଗତ ଶନିବାର ବିଳମ୍ବିତ ରାତିରେ ଗୁରୁବଂଶ ପଟିଆରୁ ବାନ୍ଧବୀଙ୍କ ସହ କାରରେ ଯାଉଥିଲେ। ମଝି ରାସ୍ତାରେ ୨ଟି କାରରେ କିଛି ରୋଡ୍‌ ରୋମିଓ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ସଂପର୍କରେ ଅଭିଯୋଗ କରିବା ପାଇଁ ସେ ଭରତପୁର ଥାନାକୁ ଯାଇଥିଲେ। ପିସିଆର ପଠାଇ ରୋଡ୍‌ ରୋମିଓଙ୍କୁ ଧରିବା ପାଇଁ ନିବେଦନ କରିଥିଲେ ଗୁରୁବଂଶ ଓ ତାଙ୍କ ବାନ୍ଧବୀ। କିନ୍ତୁ ପୁଲିସ୍ ରୋଡ୍‌ ରୋମିଓଙ୍କୁ ଧରିବ କ’ଣ ପ୍ରଥମେ ଲିଖିତ ଏତଲା ଦାବି କରିଥିଲା।

ଏହାକୁ ନେଇ ପୁଲିସ ଓ ସେନା ଅଧିକାରୀଙ୍କ ମଧ୍ୟରେ ଲାଗିଥିଲା ଯୁକ୍ତିତର୍କ। ତାହାରି ଭିତରେ ଗୁରୁବଂଶଙ୍କୁ ରାତିତମାମ୍‌ ଲକ୍‌ଅପ୍‌ରେ ରଖିଥିଲା ପୁଲିସ୍‌। ତାଙ୍କ ବାନ୍ଧବୀଙ୍କୁ ଉପସ୍ଥିତ ପୁଲିସ କର୍ମଚାରୀ ଦୁର୍ବ୍ୟବହାର କରିବା ସହ ମାଡ଼ ମାରି ଲହୁଲୁହାଣ କରିଥିବା ଗୁରୁବଂଶ ଅଭିଯୋଗ କରିଛନ୍ତି। କେବଳ ଏତିକି ନୁହେଁ, ଭରତପୁର ଥାନା ଆଇଆଇସି ଦୁଷ୍କର୍ମ ଧମକ ଦେଇଥିବା ମଧ୍ୟ ଅଭିଯୋଗ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ