Masthead

ଭରତପୁର ଥାନାର ୫ ସସପେଣ୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣା ଳ । ଭରତପୁର ଥାନାର ୫ ସସପେଣ୍ଡ । ଭରତପୁରର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର ସସପେଣ୍ଡ । ୫ ପୋଲିସଙ୍କ ବିରୁଦ୍ଧରେ ପୋଲିସ ଡିଜିପିିଙ୍କ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ । ଏସଆଇ, ଦୁଇ ଏଏସଆଇ ସସପେଣ୍ଡ । କନଷ୍ଟେବଳ ବଳରାମ ହାଁସଦା ମଧ୍ୟ ନିଲମ୍ବିତ । ପୂର୍ବରୁ ଏମାନଙ୍କୁ ବଦଳି କରାଯାଇଥିଲା ।

ସୂଚନା ଅନୁସାରେ ଗତ ଶନିବାର ବିଳମ୍ବିତ ରାତିରେ ଗୁରୁବଂଶ ପଟିଆରୁ ବାନ୍ଧବୀଙ୍କ ସହ କାରରେ ଯାଉଥିଲେ। ମଝି ରାସ୍ତାରେ ୨ଟି କାରରେ କିଛି ରୋଡ୍‌ ରୋମିଓ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ସଂପର୍କରେ ଅଭିଯୋଗ କରିବା ପାଇଁ ସେ ଭରତପୁର ଥାନାକୁ ଯାଇଥିଲେ। ପିସିଆର ପଠାଇ ରୋଡ୍‌ ରୋମିଓଙ୍କୁ ଧରିବା ପାଇଁ ନିବେଦନ କରିଥିଲେ ଗୁରୁବଂଶ ଓ ତାଙ୍କ ବାନ୍ଧବୀ। କିନ୍ତୁ ପୁଲିସ୍ ରୋଡ୍‌ ରୋମିଓଙ୍କୁ ଧରିବ କ’ଣ ପ୍ରଥମେ ଲିଖିତ ଏତଲା ଦାବି କରିଥିଲା।

ଏହାକୁ ନେଇ ପୁଲିସ ଓ ସେନା ଅଧିକାରୀଙ୍କ ମଧ୍ୟରେ ଲାଗିଥିଲା ଯୁକ୍ତିତର୍କ। ତାହାରି ଭିତରେ ଗୁରୁବଂଶଙ୍କୁ ରାତିତମାମ୍‌ ଲକ୍‌ଅପ୍‌ରେ ରଖିଥିଲା ପୁଲିସ୍‌। ତାଙ୍କ ବାନ୍ଧବୀଙ୍କୁ ଉପସ୍ଥିତ ପୁଲିସ କର୍ମଚାରୀ ଦୁର୍ବ୍ୟବହାର କରିବା ସହ ମାଡ଼ ମାରି ଲହୁଲୁହାଣ କରିଥିବା ଗୁରୁବଂଶ ଅଭିଯୋଗ କରିଛନ୍ତି। କେବଳ ଏତିକି ନୁହେଁ, ଭରତପୁର ଥାନା ଆଇଆଇସି ଦୁଷ୍କର୍ମ ଧମକ ଦେଇଥିବା ମଧ୍ୟ ଅଭିଯୋଗ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା