Masthead

ଗାଡ଼ିରେ ପେଟ୍ରୋଲ ପକାଇବା ବେଳେ ନିଆଁ ଲାଗି ୫ ବର୍ଷର ଶିଶୁ ଜୀବନ୍ତ ଦଗ୍ଧ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ):କେନ୍ଦ୍ରାପଡ଼ା ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ। ସେହି ନିଆଁରେ ପୋଡ଼ିହୋଇ ଜୀବନ୍ତ ଜଳିଗଲା ୫ ବର୍ଷର ଶିଶୁ। ଆଉ ଦୁଇ ଜଣ ବରଯାତ୍ରୀ ଗୁରୁତର ଆହତ ହୋଇ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି। ଏଭଳି ହୃଦୟବିଦାରକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ । ଗୁରୁବାର ସନ୍ଧ୍ୟାରେ ଗ୍ରାମାଞ୍ଚଳ ଥାନା ବଡ଼ପଡ଼ା ଗାଁର ରତ୍ନାକର ମଲ୍ଲିକଙ୍କ ପୁଅ ବାହାଘର ଥିଲା । ତେଣୁ ବରଯାତ୍ରୀଙ୍କ ବାଇକରେ ପେଟ୍ରୋଲ ପକାଇବା ପାଇଁ ଗୋଟିଏ ଜାର୍ରେ ପେଟ୍ରୋଲ ଅଣାଯାଇଥିଲା। ବରଯାତ୍ରୀ ଶୋଭାଯାତ୍ରାରେ ବାହାରିବା ପୂର୍ବରୁ ବାଇକ୍ରେ ଯାଉଥିବା ଲୋକଙ୍କୁ ପେଟ୍ରୋଲ୍ ବଣ୍ଟା ଯାଉଥିଲା। ଜଣେ ପରେ ଜଣେ ଆସି ପେଟ୍ରୋଲ୍ ନେଇ ନିଜ ବାଇକରେ ପକାଉଥିଲେ। ତେବେ ଅସାବଧାନତା ଯୋଗୁଁ ସେହି ପେଟ୍ରୋଲରେ ନିଆଁ ଲାଗି ଯାଇଥିଲା।

ଯାହାଫଳରେ ରତ୍ନାକରଙ୍କ ବନ୍ଧୁଙ୍କ ୫ ବର୍ଷର ଶିଶୁ ପୁତ୍ର ପୋଡ଼ି ଯାଇଥିଲେ। ପଡୋଶୀ ତପନ ମଲ୍ଲିକ ଓ ଉପେନ୍ଦ୍ର ମଲ୍ଲିକ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ପଟ୍ଟାମୁଣ୍ଡାଇ ଉପଖଣ୍ଡ ମେଡ଼ିକାଲରେ ଭର୍ତ୍ତି କରାଯାଇ ଥିବାବେଳେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ସ୍ଥାନାନ୍ତର କରାଯାଇଛି । ନିଆଁରେ ୨ ବଖରା ଘର ଓ ବାହାଘର ପାଇଁ ସଜା ହୋଇଥିବା ଟେଣ୍ଟ ମଧ୍ୟ ଜଳିଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ପେଟ୍ରୋଲରେ ସିଗାରେଟ୍ ନିଆଁ ଲାଗିବାରୁ ଏପରି ଭୟଙ୍କର ଘଟଣା ଘଟିଥିବା ଅନୁମାନ କରାଯାଉଛି।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି