କୋଭିଡ ମୃତକଙ୍କ ପରିବାରକୁ ୫୦ ହଜାର କ୍ଷତିପୂରଣ

(ବଡ଼ ଖବର ବ୍ୟୁରୋ): କୋଭିଡ ମୃତକଙ୍କ ପରିବାରକୁ ୫୦ ହଜାର କ୍ଷତିପୂରଣ । ଏନେଇ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି । ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠିରୁ ଏହି କ୍ଷତିପୂରଣ ଦିଆଯିବ । ପୂର୍ବରୁ ଯେଉଁମାନେ କରୋନାରେ ପ୍ରାଣ ହରାଇଛନ୍ତି କେବଳ ସେମାନଙ୍କ ପରିବାର ସଦସ୍ୟଙ୍କୁ ନୁହେଁ, ଭବିଷ୍ୟତରେ ମଧ୍ୟ ଯେଉଁମାନେ କରୋନାରେ ପ୍ରାଣ ହରାଇବେ ସେମାନଙ୍କୁ ମଧ୍ୟ କ୍ଷତିପୂରଣ ଦିଆଯିବ ବୋଲି କେନ୍ଦ୍ରସରକାର ସ୍ପଷ୍ଟ କରିଛନ୍ତି । ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ବା ଜିଲ୍ଲା ପ୍ରଶାସନଙ୍କ ମାଧ୍ୟମରେ କ୍ଷତିପୂରଣ ମୃତକଙ୍କ ପରିବାର ପାଖରେ ପହଞ୍ଚିବ ।

କୋଭିଡ ରିଲିଫ ଓ ପ୍ରସ୍ତୁତି ଜନିତ କାର୍ଯ୍ୟରେ ସାମିଲ ଥିବା ବ୍ୟକ୍ତିଙ୍କର ଯଦି କରୋନାରେ ମୃତ୍ୟୁ ହୁଏ, ତାଙ୍କ ପରିବାରକୁ ମଧ୍ୟ ଏହି କ୍ଷତିପୂରଣ ମିଳିବ । ତେବେ ମୃତ୍ୟୁର କାରଣ କୋଭିଡ ଜନିତ ହୋଇଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଗାଇଡଲାଇନ ଅନୁସାରେ ଦେଖାଇବାକୁ ହେବ । ମୃତକଙ୍କ ପରିବାର ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ଏକ ସ୍ୱତନ୍ତ୍ର ଫର୍ମରେ ଉପଯୁକ୍ତ କାଗଜପତ୍ର ସହ କ୍ଷତିପୂରଣ ପାଇଁ ଦାବି କରିପାରିବେ । କାଗଜପତ୍ର ଦାଖଲର ୩୦ ଦିନ ମଧ୍ୟରେ କ୍ଷତିପୂରଣ ମିଳିବ ଓ ଆକାଉଣ୍ଟକୁ ସିଧାସଳଖ ଭାବେ ଏହି ଅର୍ଥକୁ ପଠାଯିବ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ