ମନିଷ ସିସୋଦିଆଙ୍କ ସହ ଅନ୍ୟ ଅଭିଯୁକ୍ତଙ୍କ ୫୨ କୋଟିର ସମ୍ପତ୍ତି ସିଜ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ବଢିଲା ଅଡୁଆ । ମନିଷଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କର ୫୨ କୋଟି ଟଙ୍କାର ସମ୍ପତ୍ତି ସିଜ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ୧୧ ଲକ୍ଷ ଟଙ୍କା ଥିବା ମନୀଷ ସିସୋଦିଆଙ୍କର ବ୍ୟାଙ୍କ ଆକାଉଣ୍ଟ ମଧ୍ୟ ସିଜ କରାଯାଇଛି । ମନିଷ ଓ ତାଙ୍କ ପତ୍ନୀ ସୀମା ସିସୋଦିଆଙ୍କର ୨କୋଟି ସମ୍ପତ୍ତି ଓ ୧୧ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ଜବତ ହୋଇଛି । ସିସୋଦିଆଙ୍କର ଅତି ଘନିଷ୍ଠ ତଥା ଦିଲ୍ଲୀ ବ୍ୟବସାୟୀ ଦିନେଶ ଅରୋରାଙ୍କୁ ଗିରଫ କରିବାର ଦିନକ ପରେ ଇଡି ଏହି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି ।

ସେପଟେ ପ୍ରବର୍ତନ ନିର୍ଦ୍ଦେଶାଳୟର କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଟାର୍ଗେଟ୍ କରିଛନ୍ତି ଆପ୍ । ଆପ୍ ଅଭିଯୋଗ ଆଣିଛି ଯେ, ବିଜେପି ଓ କେନ୍ଦ୍ର ସରକାର ମିଶି ମନିଷ ସିସୋଦିଆଙ୍କ ବିରୋଧରେ ମିଥ୍ୟା ପ୍ରଚାର କରୁଛନ୍ତି । ଅଭିଯୋଗର ଜବାବ ରଖିଛି ବିଜେପି । ବିଜେପି କହିଛି, ମାମଲାରେ ସିଧାସଳଖ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ହାତ ରହିଛି । ଅନ୍ୟପଟେ ଆମ ଆଦମୀ ପାର୍ଟି ଏହାକୁ ଏକ ବଡ଼ ଷଡ଼ଯନ୍ତ୍ର ବୋଲି କହିଛି । ସିବିଆଇ ଯେଉଁ ସମ୍ପତ୍ତି ଆଟାଚ କରିଛି ତାହା ଦିଲ୍ଲୀ ମଦ ନୀତି ଆସିବା ପୂର୍ବରୁ ମନିଷ କିଣି ଥିଲେ ବୋଲି କହିଛି ଆମ ଆଦମୀ ପାର୍ଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ