Masthead

ମନିଷ ସିସୋଦିଆଙ୍କ ସହ ଅନ୍ୟ ଅଭିଯୁକ୍ତଙ୍କ ୫୨ କୋଟିର ସମ୍ପତ୍ତି ସିଜ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ବଢିଲା ଅଡୁଆ । ମନିଷଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କର ୫୨ କୋଟି ଟଙ୍କାର ସମ୍ପତ୍ତି ସିଜ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ୧୧ ଲକ୍ଷ ଟଙ୍କା ଥିବା ମନୀଷ ସିସୋଦିଆଙ୍କର ବ୍ୟାଙ୍କ ଆକାଉଣ୍ଟ ମଧ୍ୟ ସିଜ କରାଯାଇଛି । ମନିଷ ଓ ତାଙ୍କ ପତ୍ନୀ ସୀମା ସିସୋଦିଆଙ୍କର ୨କୋଟି ସମ୍ପତ୍ତି ଓ ୧୧ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ଜବତ ହୋଇଛି । ସିସୋଦିଆଙ୍କର ଅତି ଘନିଷ୍ଠ ତଥା ଦିଲ୍ଲୀ ବ୍ୟବସାୟୀ ଦିନେଶ ଅରୋରାଙ୍କୁ ଗିରଫ କରିବାର ଦିନକ ପରେ ଇଡି ଏହି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି ।

ସେପଟେ ପ୍ରବର୍ତନ ନିର୍ଦ୍ଦେଶାଳୟର କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଟାର୍ଗେଟ୍ କରିଛନ୍ତି ଆପ୍ । ଆପ୍ ଅଭିଯୋଗ ଆଣିଛି ଯେ, ବିଜେପି ଓ କେନ୍ଦ୍ର ସରକାର ମିଶି ମନିଷ ସିସୋଦିଆଙ୍କ ବିରୋଧରେ ମିଥ୍ୟା ପ୍ରଚାର କରୁଛନ୍ତି । ଅଭିଯୋଗର ଜବାବ ରଖିଛି ବିଜେପି । ବିଜେପି କହିଛି, ମାମଲାରେ ସିଧାସଳଖ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ହାତ ରହିଛି । ଅନ୍ୟପଟେ ଆମ ଆଦମୀ ପାର୍ଟି ଏହାକୁ ଏକ ବଡ଼ ଷଡ଼ଯନ୍ତ୍ର ବୋଲି କହିଛି । ସିବିଆଇ ଯେଉଁ ସମ୍ପତ୍ତି ଆଟାଚ କରିଛି ତାହା ଦିଲ୍ଲୀ ମଦ ନୀତି ଆସିବା ପୂର୍ବରୁ ମନିଷ କିଣି ଥିଲେ ବୋଲି କହିଛି ଆମ ଆଦମୀ ପାର୍ଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ