Masthead

୩୦ ମିନିଟରେ ୫୪୦୦ ଥର ବଜ୍ରପାତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏପ୍ରିଲ ୨ ଯାଏଁ ତୁହାକୁ ତୁହା ଭିଜିବ ଓଡ଼ିଶା । ସାରା ରାଜ୍ୟରେ ଜାରି ରହିଛି କାଳ ବୈଶାଖୀ ବର୍ଷା । ଆସନ୍ତା ୨୪ ଘଣ୍ଟା ପାଇଁ ବର୍ଷା ଓ ଘଡଘଡି ବିଜୁଳି ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ପାଇଁ ଏହି ସର୍ତକର୍ତା ଜାରି କରାଯାଇଛି । ରାଜ୍ୟରେ ଗତ ୩୦ ମିନିଟରେ ୫ ହଜାର ୪୦୦ ଥର ବଜ୍ରପାତ ହୋଇଛି । ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ସର୍ବାଧିକ ବଜ୍ରପାତ ଘଟି ୫ ଜଣଙ୍କ ମୃତ ହୋଇଛି ।

କେନ୍ଦ୍ର ସରକାରଙ୍କ ଦାମିନୀ ଆପ୍ର ସୂଚନାକୁ ଆଧାର କରି ଏ ନେଇ ଟ୍ୱିଟ୍ କରିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ । ବାସୁଦେବପୁର ଅଞ୍ଚଳରେ ୫ ହଜାରରୁ ଅଧିକ ବଜ୍ରପାତ ହୋଇଥିବା ବେଳେ ଏହା କେତେ ଘାତକ ହୋଇପାରେ, ଏ ନେଇ ସତର୍କ କରାଇଛନ୍ତି ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଲେଖିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ଓଡ଼ିଶାରେ ମାତ୍ର ଅଧ ଘଣ୍ଟା ମଧ୍ୟରେ ଗୋଟିଏ ଅଞ୍ଚଳରେ ୫ ହଜାରରୁ ଅଧିକ ଥର ବଜ୍ରପାତ ସର୍ବକାଳୀନ ରେକର୍ଡ ବୋଲି କୁହାଯାଉଛି ।

ସେପଟେ ଆଉ ଏକ ପଶ୍ଚିମା ଝଡ଼ ପ୍ରଭାବରେ ଉତ୍ତର ଓଡିଶା ସମେତ ଉପକୂଳ ଓଡିଶାରେ କିଛି ସ୍ଥାନରେ ଘଡଘଡି ବିଜୁଳି ସହିତ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏପ୍ରିଲ ତିନି ତାରିଖରୁ ପୁଣି ବୃଦ୍ଧି ପାଇବ ତାପମାତ୍ରା । ତେବେ ଗତ ୨୪ ଘଣ୍ଟାରେ ମାଲକାନଗିରିରେ ସର୍ବାଧିକ ୪୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ