Masthead

୫ଆଇପିଏସ ଓ ୫ଆଇଏଏସଙ୍କୁ ବାତ୍ୟା ମୁକାବିଲା ଦାୟିତ୍ୱ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବାତ୍ୟା ମୁକାବିଲା ପ୍ରସ୍ତୁତି ଦେଖିବେ ବରିଷ୍ଠ ଅଧିକାରୀ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ୟାଶ, ବାତ୍ୟାର ରୂପ ନେଇସାରିଥିବାବେଳେ ଏହା ୨୬ ତାରିଖ ବେଳକୁ ଓଡିଶା ଉପକୂଳରେ ପହଂଚିବ । ଏହାଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡ଼ିକ ପାଇଁ ବାତ୍ୟା ୟାଶ ପାଇଁ ୫ଜଣ ଆଇପିଏସ ଓ ୫ ଜଣ ଆଇଏଏସଙ୍କୁ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ଆଇପିଏସ ମାନଙ୍କ ମଧ୍ୟରୁ ଅମିତାଭ ଠାକୁରଙ୍କୁ ଜଗତସିଂହପୁର, ଜେଏନ୍ ପଙ୍କଜଙ୍କୁ କେନ୍ଦ୍ରାପଡ଼ା, ଭଦ୍ରକରେ ଅମିତେନ୍ଦ୍ର ନାଥ ସିହ୍ନା, ବାଲେଶ୍ୱର ପାଇଁ ଦୀପ୍ତେଶ ପଟ୍ଟନାୟକ ଓ ମୟୂରଭଞ୍ଜ ପାଇଁ ଡିଆଇଜି ଅନିରୁଦ୍ଧ ସିଂଙ୍କୁ ଦାୟିତ୍ୱ ଦିଆଯାଇଛି ।

ସେହିପରି ଆଇଏଏସ ମାନଙ୍କ ମଧ୍ୟରେ କେନ୍ଦ୍ରାପଡା ପାଇଁ ହେମନ୍ତ ଶର୍ମା, ଜଗତସିଂହପୁର ପାଇଁ ଶାଶ୍ୱତ ମିଶ୍ର, ଭଦ୍ରକ ଭିଭି ଯାଦବ, ବାଲେଶ୍ୱର ବିଶାଲ ଦେବ ଏବଂ ମୟୁରଭଞ୍ଜ ପାଇଁ ସୁରେଶ ବଶିଷ୍ଠଙ୍କୁ ଦାୟିତ୍ୱ ଦିଆଯାଇଛି । କିଭଳି ବାତ୍ୟାର ସଠିକ ମୁକାବିଲା କରାଯାଇପାରିବ, ସେନେଇ ଏମାନେ ଜିଲ୍ଲା ପ୍ରଶାସନକୁ ସହାୟତା କରିବେ । ସେହିପରି ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାମାରୀ ଭିତରେ ବାତ୍ୟା ମୁକାବିଲା ପାଇଁ ରାଜ୍ୟବାସୀଙ୍କ ସହାୟତା ଲୋଡିପାରନ୍ତି ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା