Masthead

OTET ପ୍ରଶ୍ନପତ୍ର ଲିକ ମାମଲାରେ ୬ ଅଭିଯୁକ୍ତ ଗିରଫ

OTET ପ୍ରଶ୍ନପତ୍ର ଲିକ ମାମଲାରେ ୬ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): OTET ପ୍ରଶ୍ନପତ୍ର ଲିକ ମାମଲାରେ ୬ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଜୁଲାଇ ୨୦ ରେ ହେବାକୁ ଥିବା OTET ପରୀକ୍ଷା ସୋସିଆଲ ମିଡ଼ିଆରେ ପ୍ରଶ୍ନପତ୍ର ଲିକ ହେବା ଫଳରେ ବିଳମ୍ବିତ ରାତିରେ ପରୀକ୍ଷାକୁ ବାତିଲ କରାଯାଇଥିଲା । କ୍ରାଇମବ୍ରାଞ୍ଚ ତଦନ୍ତ ପରେ ୬ ଅଭିଯୁକ୍ତଙ୍କ ଗିରଫ କରାଯାଇଛି । କ୍ରାଇମବ୍ରାଞ୍ଚ ଡ଼ିଜିପି ବିନୟ ତୋଷ ମିଶ୍ର ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ OTET ପ୍ରଶ୍ନପତ୍ର ଲିକ ମାମଲାରେ ସମ୍ପୃକ୍ତ ଥିବା ୬ ଜଣଙ୍କୁ ଗିରଫ କରିଛନ୍ତି । ଅଭିଯୁକ୍ତଙ୍କ ଠାରୁ ପୋଲିସ ମୋବାଇଲ ଫୋନ୍ ଏବଂ ଲିକ୍ ହୋଇଥିବା ପ୍ରଶ୍ନପତ୍ର ସହିତ ଇଲେକ୍ଟ୍ରୋନିକ୍ ଉପକରଣ ଜବତ କରିଛି । ସୂଚନା ଅନୁସାରେ ପ୍ରଥମିକ ତଦନ୍ତ ଅନୁସାରେ ଲିକ୍ ସହ ଜଡ଼ିତ ଥିବା ଆର୍ଥିକ କାରବାର ଡ଼ିଜିଟାଲ ପେମେଣ୍ଟ ପ୍ଲାଟଫର୍ମ ମାଧ୍ୟମରେ କରାଯାଇଥିଲା । ଏଥି ସହ ଅଭିଯୁକ୍ତଙ୍କ ବ୍ୟାଙ୍କ ଏକାଉଣ୍ଟକୁ ଯାଞ୍ଚ କରାଯିବା ସହ ଏଥିରେ ସମ୍ପୃକ୍ତ ଥିବା ଅନ୍ୟ ବ୍ୟକ୍ତି ମାନଙ୍କୁ ଠାରୁ ତଦନ୍ତ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ