Masthead

ଲୁଟ୍ ମାମଲାରେ ୬ ଗିରଫ

ସୋହେଲା (ବଡ଼ ଖବର ବ୍ୟୁରୋ): ସୁନା ଗହଣା ସହ ଟଙ୍କା ଲୁଟ ମାମଲାରେ ୬ ଜଣଙ୍କୁ ଗିରଫ କଲା ପୋଲିସ । ବରଗଡ଼ ଜିଲ୍ଲା ସୋହେଲା ଥାନା ଅଂଚଳରେ ଛତିଶଗଡ଼ ବ୍ୟବସାୟୀଙ୍କ ସୁନା ଗହଣା ଓ ନଗଦ ଟଙ୍କା ଲୁଟ ମାମଲାରେ ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି । ଗତ ୬ ତାରିଖରେ ରାୟପୁର ସୁନା ବ୍ୟବସାୟୀ ସାଗର ଜୈନଙ୍କ ଦୁଇ କର୍ମଚାରୀ ଏକ କାର ଯୋଗେ ବରଗଡ଼ ଆସିଥିଲେ । ତେବେ ବରମକେଳାରୁ ଫେରୁଥିବା ବାଟରେ ବିଳମ୍ବିତ ରାତିରେ ଅଭିଯୁକ୍ତମାନେ ଜିପରେ ଆସି ଦୁଇ କର୍ମଚାରୀଙ୍କୁ ପିଛା କରିଥିଲେ । ସେମାନଙ୍କ ନିକଟରୁ ୮ଶହ ଗ୍ରାମର ସୁନା ଅଳଙ୍କାର ସହ ନଗଦ ୧ଲକ୍ଷ ୫୭ହଜାର ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଥିଲା । ଅନୁସନ୍ଧାନ କରି ପୋଲିସ ଏହି ୬ଜଣଙ୍କୁ ଗିରଫ କରିଥିଲା । ବ୍ୟବହୃତ ଜିପକୁ ମଧ୍ୟ ପୋଲିସ ଜବତ କରିଛି । ସେମାନଙ୍କ ନିକଟରୁ ୪୬୦ଗ୍ରାମ୍ ସୁନା ଓ ନଗଦ ୫୦ ହଜାର ଟଙ୍କା ଜବତ ହୋଇଛି ପୋଲିସ । ଅଭିଯୁକ୍ତମାନେ ହେଲେ ବରଗଡ଼ ସୋହେଲାର ରବି ବରିହା, ବଣ୍ଟି ଦାସ, ରମେଶ ଗଡ଼ତିଆ, ନାରାୟଣ ବାଗ ଓ ଖଇରେଟ ଗାଁର ମହେନ୍ଦ୍ର ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ