Masthead

ପ୍ରମୋଦଙ୍କୁ ୬ କୋଟି

(ବଡ଼ ଖବର ବ୍ୟୁରୋ): ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ପାଇବେ ୬ କୋଟି ଟଙ୍କା । ପୂର୍ବ ଘୋଷଣା ଅନୁସାରେ ପ୍ରମୋଦଙ୍କୁ ୬ କୋଟି ଦେବେ ସରକାର । ମିଳିବ ଗ୍ରୁପ ଏ ଲବଲ୍ ସରକାରୀ ଚାକିରି । ଭୁବନେଶ୍ୱର ଫେରିବା ପରେ ପ୍ରମୋଦଙ୍କୁ ଚେକ୍ ଦେବେ ସରକାର। ଏନେଇ ରାଜ୍ୟ କ୍ରୀଡ଼ା ବିଭାଗ ସ୍ପଷ୍ଟୀକରଣ ରଖିଛି ।

ଅଲିମ୍ପିକ୍ସ ଓ ପାରାଲିମ୍ପିକ୍ସ ଖେଳାଳିଙ୍କ ପାଇଁ ପୂର୍ବରୁ ପୁରସ୍କାର ଘୋଷଣା କରିଥିଲେ ରାଜ୍ୟ ସରକାର । ସ୍ୱର୍ଣ୍ଣ ବିଜେତାଙ୍କ ପାଇଁ ୬ କୋଟି, ରୌପ୍ୟ ବିଜେତାଙ୍କ ପାଇଁ ୪ କୋଟି ଓ କାଂସ୍ୟ ବିଜେତାଙ୍କ ପାଇଁ ଅଢେଇ କୋଟି ଘୋଷଣା ହୋଇଥିଲା । ହକି କାଂସ୍ୟ ପଦକ ବିଜେତା ଦଳର ସଦସ୍ୟ ଅମିତ ରୋହିଦାସ ଓ ବିରେନ୍ଦ୍ର ଲାକ୍ରାଙ୍କୁ ମଧ୍ୟ ରାଜ୍ୟ ସରକାର ଅଢେଇ କୋଟି ଟଙ୍କା ଦେଇ ସାରିଛନ୍ତି।

ଏବଂ ଉଭୟଙ୍କୁ ଉଚ୍ଚସ୍ତରୀୟ ସରକାରୀ ଚାକିରୀ ଘୋଷଣା କରିଥିଲେ । ସେହିପରି ମୁଖ୍ୟମନ୍ତ୍ରୀଙ୍କର ପୂର୍ବ ଘୋଷଣା ଅନୁଯାୟୀ ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କୁ ୬ କୋଟି ଟଙ୍କାର ପୁରସ୍କାର ରାଶି ଦିଆଯିବ । ଏହା ସହ ଗ୍ରଫ ‘ଏ’ ସରକାରୀ ଚାକିରି ଦେବାକୁ ମଧ୍ୟ ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ