Masthead

ବାହୁଡ଼ା ବେଳେ ଲାଗିଗଲା କରେଣ୍ଟ, ୬ ମୃତ

ତ୍ରିପୁରା (ବଡ଼ ଖବର ବ୍ୟୁରୋ): ବାହୁଡ଼ା ଯାତ୍ରା ବେଳେ ଅଘଟଣ । ରଥରେ ବିଦ୍ୟୁତ ତାର ଲାଗି ୬ ଜଣଙ୍କ ମୃତୁ୍ୟ । ଏଭଳି ଅଭାବନୀୟ ଘଟଣା ଘଟିଛି ତ୍ରିପୁରା ଉନାକୋଟି ଜିଲ୍ଲାରେ । ବିଦ୍ୟୁତ ଆଘାତରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାରେ ରଥଟି ଲୁହାରେ ନିର୍ମିତ ଥିଲା । ବାହୁଡ଼ା ଯାତ୍ରା ସମୟରେ ରଥଟି ଓଭରହେଡ୍ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ରଥରେ ବିଦ୍ୟୁତ୍ ପ୍ରଭାବିତ ହୋଇଥିଲା ।

ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିଲା । ମୃତକଙ୍କ ମଧ୍ୟରୁ ୨ ଜଣ ଶିଶୁ ଥିବା ଜଣାପଡ଼ିଛି ।  ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତି କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା କୁହାଯାଉଛି । ସେପଟେ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ଲୋକଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ଆହତଙ୍କ ପାଇଁ ୫୦ ହଜାର ଓ ମୃତକଙ୍କ ପରିବାର ପାଇଁ ୨ଲକ୍ଷ ଟଂକାର ସହାୟତା ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ