Masthead

ବିଜାପୁରରେ ଏନକାଉଣ୍ଟର , ୬ ମାଓବାଦୀ ନିହତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଣ୍ଟର । ସୁରକ୍ଷା କର୍ମୀଙ୍କ ଗୁଳିରେ ଛଅ ଜଣ ମାଓବାଦୀ ନିହତ । ମୃତକଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ରହିଛନ୍ତି । ଘଟଣା ସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଗତ ଦୁଇ ଦିନ ତଳେ ବିଜାପୁର ଜିଲ୍ଲାରେ ତିନି ଜଣ ଗ୍ରାମବାସୀଙ୍କୁ ହତ୍ୟା କରିବା ପରେ ମାଓବାଦୀମାନେ ବାସାଗୁଡା ଥାନା ଚିପୁରଭାଟି ଜଙ୍ଗଲରେ ଲୁଚିଥିଲେ ।

ଗୁଇନ୍ଦା ବିଭାଗ ତରଫରୁ ସୂଚନା ମିଳିବା ପରେ ଡିଆରଜି, ସିଆରପିଏଫ ଏବଂ କୋବ୍ରା ବାହିନୀ ପକ୍ଷରୁ ଆଜି ସକାଳେ ସେଠାରେ ମିଳିତ ଅପରେସନ ଆରମ୍ଭ ହୋଇଥିଲା । ତିନି ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲ ମାନେ ଘଟଣାସ୍ଥଳ ଛାଡି ପଳାୟନ କରିଛନ୍ତି । ପରେ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଘଟଣାସ୍ଥଳରୁ ଜଣ ମାଓବାଦୀଙ୍କ ମୃତ ଦେହ ଠାବ ହୋଇଥିବା କଥା କହିଛନ୍ତି ଛତିଶଗଡ ଉପ ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ