Masthead

୨୪ଘଣ୍ଟାରେ ୬୦୯୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୦୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୪୬ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୬୫୧ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୧୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୪୭, ଯାଜପୁରରୁ ୪୩୪ ଓ ବାଲେଶ୍ୱରରୁ ୩୯୨ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୨୯୫ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦୭, ଭଦ୍ରକରୁ ୨୪୬, ବଲାଙ୍ଗିରରୁ ୭୭, ବୌଦ୍ଧରୁ ୧୩୦, ଦେବଗଡ଼ରୁ ୨୮, ଢେଙ୍କାନାଳରୁ ୭୩, ଗଜପତିରୁ ୪୮, ଗଞ୍ଜାମରୁ ୪୫, ଜଗତସିଂହପୁରରୁ ୨୨୬, ଝାରସୁଗୁଡ଼ାରୁ ୪୨, କଳାହାଣ୍ଡିରୁ ୭୭, କନ୍ଧମାଳରୁ ୧୧୨, କେନ୍ଦ୍ରାପଡ଼ାରୁ ୨୫୩, କେନ୍ଦୁଝରରୁ ୧୨୩, କୋରାପୁଟରୁ ୧୨୬।

ମାଲକାନଗିରିରୁ ୮୪, ମୟୂରଭଞ୍ଜରୁ ୨୯୭, ନବରଙ୍ଗପୁରରୁ ୧୪୬, ନୟାଗଡ଼ରୁ ୧୨୦, ନୂଆପଡ଼ାରୁ ୧୭, ପୁରୀରୁ ୨୯୧, ରାୟଗଡ଼ାରୁ ୧୨୦, ସମ୍ବଲପୁରରୁ ୧୦୧, ସୋନପୁରରୁ ୬୪ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୦୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ୧୫୧ ଜଣ ଷ୍ଟେଟ୍ ପୁଲ୍ରୁ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୩୭ ହଜାର ୨୨୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୬୪ ହଜାର ୬୭୩ ଜଣ ସୁସ୍ଥ ହୋଇସାରିଛନ୍ତି। ୬୯ ହଜାର ୩୩୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ୪୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି। ଅନୁଗୋଳ, ବରଗଡ଼, କଟକ, ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ କଳାହାଣ୍ଡି, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁଙ୍କ ଜୀବନ ଯାଇଛି। ବଲାଙ୍ଗିର, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଦେବଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୬୭କୁ ବୃଦ୍ଧି ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ