୨୪ଘଣ୍ଟାରେ ୬୦୯୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୦୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୪୬ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୬୫୧ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୧୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୪୭, ଯାଜପୁରରୁ ୪୩୪ ଓ ବାଲେଶ୍ୱରରୁ ୩୯୨ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୨୯୫ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦୭, ଭଦ୍ରକରୁ ୨୪୬, ବଲାଙ୍ଗିରରୁ ୭୭, ବୌଦ୍ଧରୁ ୧୩୦, ଦେବଗଡ଼ରୁ ୨୮, ଢେଙ୍କାନାଳରୁ ୭୩, ଗଜପତିରୁ ୪୮, ଗଞ୍ଜାମରୁ ୪୫, ଜଗତସିଂହପୁରରୁ ୨୨୬, ଝାରସୁଗୁଡ଼ାରୁ ୪୨, କଳାହାଣ୍ଡିରୁ ୭୭, କନ୍ଧମାଳରୁ ୧୧୨, କେନ୍ଦ୍ରାପଡ଼ାରୁ ୨୫୩, କେନ୍ଦୁଝରରୁ ୧୨୩, କୋରାପୁଟରୁ ୧୨୬।

ମାଲକାନଗିରିରୁ ୮୪, ମୟୂରଭଞ୍ଜରୁ ୨୯୭, ନବରଙ୍ଗପୁରରୁ ୧୪୬, ନୟାଗଡ଼ରୁ ୧୨୦, ନୂଆପଡ଼ାରୁ ୧୭, ପୁରୀରୁ ୨୯୧, ରାୟଗଡ଼ାରୁ ୧୨୦, ସମ୍ବଲପୁରରୁ ୧୦୧, ସୋନପୁରରୁ ୬୪ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୦୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ୧୫୧ ଜଣ ଷ୍ଟେଟ୍ ପୁଲ୍ରୁ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୩୭ ହଜାର ୨୨୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୬୪ ହଜାର ୬୭୩ ଜଣ ସୁସ୍ଥ ହୋଇସାରିଛନ୍ତି। ୬୯ ହଜାର ୩୩୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ୪୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି। ଅନୁଗୋଳ, ବରଗଡ଼, କଟକ, ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ କଳାହାଣ୍ଡି, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁଙ୍କ ଜୀବନ ଯାଇଛି। ବଲାଙ୍ଗିର, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଦେବଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୬୭କୁ ବୃଦ୍ଧି ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ