Before Header

୨୪ ଘଣ୍ଟାରେ ୬୪୪ ପଜିଟିଭ୍

0 13

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୨୫୯୪ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୨୫୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୮୬୭୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୫୧୭୮୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.