Masthead

ଅଇଁଠାପାଲି ଛକରୁ ଗଞ୍ଜେଇ ଜବତ

ରେଙ୍ଗାଲି (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଅବକାରୀ କାର୍ୟ୍ୟାଳୟ ପକ୍ଷରୁ ଆଜି ଅଇଁଠାପାଲି ବାଟମଙ୍ଗଳା ଛକରେ ଚୋରା ଚାଲାଣ ହେଉଥିବା ୬୬ କେଜି ଗଞ୍ଜେଇ ସହ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ସୂଚନା ଅନୁସାରେ ବଲାଙ୍ଗୀର ଜିଲ୍ଲା ପଟରୁ ଏକ ବୋଲେରୋ ଗାଡିରେ ୩ ଟି ବସ୍ଥାରେ ୬୬ କେଜି ଗଞ୍ଜେଇ କୁ ମଧ୍ୟପ୍ରଦେଶକୁ ଚୋରା ଚାଲାଣ ସମୟରେ ଅଇଁଠାପାଲି ବାଟମଙ୍ଗଳା ମନ୍ଦିର ଛକରେ ମାଡ଼ିବସିଲା ଅବକାରୀ କାର୍ୟ୍ୟାଳୟର ଟିମ ।

ଏହାସହ ବୋଲେରୋ ଗାଡ଼ିରୁ ଗଞ୍ଜେଇ ଜବତ କରିବା ସହିତ ମଧ୍ୟପ୍ରଦେଶ ରାଜ୍ୟର ଧର୍ମେନ୍ଦ୍ର ସିଂ ଲୋଧି ଏବଂ ରୀନା ଠାକୁରକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଏଥିସହିତ ଅଭିଯୁକ୍ତଙ୍କ ଠାରୁ ୩୨୦୦ ଟଙ୍କା ମଧ୍ୟ ଜବତ କରାଯାଇଛି । ଜବତ ହୋଇଥିବା ଗଞ୍ଜେଇ ସହ ଗାଡିର ଅନୁମାନିକ ମୂଲ୍ୟ ୧୧ ଲକ୍ଷ ୬୦ ହଜାର ଟଙ୍କା ହେବ ବୋଲି ଅବକାରୀ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ 🔴 ଆହୁରି ଦୁଇ ସପ୍ତାହ କଲବଲ କରିବ ଶୀତ 🔴 ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC 🔴 ଧଉଳି ଗଣଦୁଷ୍କର୍ମ, ମୁଖ୍ୟ ଅଭିଯୁକ୍ତ ଗିରଫ 🔴 ବିଜେପିର ବଡ଼ ବୈଠକ 🔴 ଶୀତ ସାଙ୍ଗକୁ ଘନ କୁହୁଡି 🔴 ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ ପାଇଁ ବିଦ୍ୟାର୍ଥୀଙ୍କୁ ଆହ୍ୱାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ 🔴 ସୁଦାନରୁ ଫେରିଲେ ଓଡ଼ିଆ ପୁଅ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ 🔴 ଆହୁରି ଦୁଇ ସପ୍ତାହ କଲବଲ କରିବ ଶୀତ 🔴 ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC 🔴 ଧଉଳି ଗଣଦୁଷ୍କର୍ମ, ମୁଖ୍ୟ ଅଭିଯୁକ୍ତ ଗିରଫ 🔴 ବିଜେପିର ବଡ଼ ବୈଠକ 🔴 ଶୀତ ସାଙ୍ଗକୁ ଘନ କୁହୁଡି 🔴 ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ ପାଇଁ ବିଦ୍ୟାର୍ଥୀଙ୍କୁ ଆହ୍ୱାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ 🔴 ସୁଦାନରୁ ଫେରିଲେ ଓଡ଼ିଆ ପୁଅ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର