Masthead

ଶକ୍ତିଶାଳୀ ଭୂକମ୍ପରେ ଥରିଲା ତାଇୱାନର ହୁଆଲିଏନ୍ ସହର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତାଇୱାନରେ ଶକ୍ତିଶାଳୀ ଭୂକଂପ ଝଟ୍‌କା । ଶକ୍ତିଶାଳୀ ଭୂକମ୍ପରେ ଥରିଲା ତାଇୱାନର ହୁଆଲିଏନ୍ ସହର । ରିକ୍ଟର ସ୍କେଲରେ ଭୂକଂପ ତୀବ୍ରତା ୭.୪ । ଏକାଧିକ କୋଠା ଭୁଶୁଡ଼ି ପଡ଼ିଥିବା ସୂଚନା । ସୁନାମୀ ଆଲର୍ଟ ଜାରି କଲା ପଡ଼ୋଶୀ ଜାପାନ । ସୋମବାର ବିଳମ୍ବିତ ରାତିରେ ଉତ୍ତର ଜାପାନର ଲଓ୍ୱେତ ଓ ଆଓମୋରି ଅଞ୍ଚଳରେ ବଡ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ରେକର୍ଡ କରାଯାଇଥିବା ନେଇ ଜାପାନ ପାଣିପାଗ ଏଜେନ୍ସି ପକ୍ଷରୁ ସୂଚନା ଜାରି କରାଯାଇଛି । ଦୀର୍ଘ ୨୫ ବର୍ଷ ମଧ୍ୟରେ ସବୁଠୁ ବଡ ଭୂକମ୍ପ ବୋଲି କୁହାଯାଉଛି । ସମୁଦ୍ର ଜୁଆର ୩ ମିଟର ଉଚ୍ଚତା ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି ।

ଆମେରିକା ଜିଓଲୋଜିକାଲ ସର୍ଭେର ସୂଚନା ଅନୁଯାୟୀ, ଭୂକଂପର କେନ୍ଦ୍ରସ୍ଥଳ ଥିଲା ହୁଆଲିଆନ ସହରର ଦକ୍ଷିଣ ପଟୁ ୧୮ କିଲୋମିଟର ଦୂରରେ । ଏହା ପୂର୍ବରୁ ୧୯୯୯ ସେପ୍ଟେମ୍ବର ମାସରେ ତାଇୱାନରେ ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ଥିଲା ୭.୬ । ସେତେବେଳେ ୨ ହଜାର ୪ ଶହ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ହଜାର ବିଲ୍ଡିଂ ଭୁଶୁଡି ପଡିଥିଲା । ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ଅନ୍ୟପଟେ ଭୂକମ୍ପ ଜନିତ କ୍ଷୟକ୍ଷତି ନେଇ ମଧ୍ୟ କୌଣସି ସୂଚନା ହସ୍ତଗତ ହୋଇନାହିଁ । ଭୂକମ୍ପ ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଯାଇଛି । ଅନ୍ୟପଟେ ସୋମବାର ରାତି ୧୦ଟା ୩୭ ରେ ଦେଶର ହିମାଚଳ ପ୍ରଦେଶ ଲହୌଲ ଓ ସ୍ପିତିରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା