ନିତି ଆୟୋଗ ବୈଠକକୁ ୭ ମୁଖ୍ୟମନ୍ତ୍ରୀଙ୍କ ବର୍ଜନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଦିଲ୍ଲୀରେ ବସିବ ନିତି ଆୟୋଗର ଗଭର୍ଣ୍ଣିଂ କାଉନସିଲ ବୈଠକ । ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିକଶିତ ଭାରତ-୨୦୪୭ ରହିବ ମୁଖ୍ୟ ପ୍ରସଙ୍ଗ । ୨୫ ବର୍ଷ ମଧ୍ୟରେ ଭାରତର କିଭଳି ବିକାଶ ହେବ ସେ ନେଇ ଆଲୋଚନା ହେବ । ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, କେନ୍ଦ୍ରମନ୍ତ୍ରୀ ଏହି ବୈଠକରେ ଯୋଗ ଦେବେ । ଏହି ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବି କଥା ଦୋହରାଇବେ ।

ସେପଟେ ଏହି ବୈଠକକୁ ବୟକଟ କରିଛନ୍ତି ୭ ମୁଖ୍ୟମନ୍ତ୍ରୀ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ, ପଞ୍ଜାବର ଭଗବତ ମାନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା ଏହି ବୈଠକକୁ ବର୍ଜନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’