Masthead

ଡଙ୍ଗା ବୁଡି ୭ ମୃତ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ମହାନଦୀରେ ଡଙ୍ଗା ବୁଡ଼ି ଘଟଣା । ବଢିଲା ମୃତ୍ୟୁସଂଖ୍ୟା । ଏପର୍ଯ୍ୟନ୍ତ ୭ ଜଣଙ୍କ ମୃତ୍ୟୁ ହେଲାଣି । । ଝାରସୁଗୁଡ଼ା ଲଖନପୁର ମହାନଦୀରେ ବୋଟ୍ ଟ୍ରାଜେଡି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳୁ ଆରମ୍ଭ ହୋଇଥିବା ସର୍ଚ୍ଚ ଅପରେସନ୍ ପରେ ୬ ଜଣଙ୍କ ମୃତଦେହ ମିଳିଛି । ତେବେ ଏବେ ବି ଜଣେ ନିଖୋଜ ଅଛନ୍ତି । ଗତକାଲି ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ଏହାକୁ ମିଶାଇ ଏବେ ଯାଏଁ ଡଙ୍ଗା ବୁଡ଼ିରେ ୭ ଜଣଙ୍କ ମୃତ୍ୟୁ ହୋଇଛି ।

ଆଜି ସକାଳ ୫ଟାରୁ ୨ଟି ସର୍ଚ୍ଚ କ୍ୟାମେରା ସହାୟତାରେ ନିଖୋଜଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି । ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ୫ ଜଣ ସ୍କୁବା ଡାଇଭର । ଡଙ୍ଗା ବୁଡ଼ି ଘଟଣାରେ ମୃତକ ମାନେ ସମସ୍ତେ ଛତିଶଗଡ଼ ଖରସେନି ଅଞ୍ଚଳର । ଝାରସୁଗୁଡା ଲଖନପୁର ସ୍ଥିତ ଶରଧା ନିକଟ ମହାନଦୀରେ ଏଭଳି ଦୁଃଖଦ ଘଟଣା ଘଟିଛି । ଡଙ୍ଗାରେ ପାଖାପାଖି ୫୪ଜଣ ଯାତ୍ରୀ ବରଗଡ଼ ବାଞ୍ଜିପାଲିରୁ ଝାରସୁଗୁଡ଼ା ସରଧା ଡଙ୍ଗା ଘାଟକୁ ଆସୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ