Masthead

ମୃତ୍ୟୁଦଣ୍ଡ ଦେଇଥିବା ୮ ଭାରତୀୟ ନୌସେନା ଅଧିକାରୀଙ୍କୁ ମୁକ୍ତ କଲା କତାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):୮ ଜଣ ଭାରତୀୟ ନୌସେନା ଅଧିକାରୀଙ୍କୁ ମୁକ୍ତ କଲା କତାର। ଗୁପ୍ତଚର କାର୍ୟ୍ୟ ମାମଲାରେ ନୌସେନାର ଏହି ୮ ଭେଟେରାନଙ୍କୁ ମୃତ୍ୟୁଦଣ୍ଡ ଦେଇଥିଲା। ଭାରତ ସରକାରଙ୍କ ହସ୍ତକ୍ଷେପ ପରେ ସମସ୍ତଙ୍କୁ ମୁକ୍ତ କରିଛି। ମୁକ୍ତ ୮ ଜଣଙ୍କ ମଧ୍ୟରୁ ୭ ଜଣ ଭାରତରେ ପହଞ୍ଚି ସାରିଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତ୍ତି ଜାରି କରାଯାଇଛି, ‘କତାରରେ ବନ୍ଦୀ ହୋଇଥିବା ଦାହରା ଗ୍ଲୋବାଲ କମ୍ପାନୀରେ କାର୍ଯ୍ୟ କରୁଥିବା ୮ ଜଣ ଭାରତୀୟ ନାଗରିକଙ୍କୁ ମୁକ୍ତ କରିବାକୁ ଭାରତ ସରକାର ସ୍ୱାଗତ କରିଛନ୍ତି ।

୮ ଜଣଙ୍କ ମଧ୍ୟରୁ ୭ ଜଣ ଭାରତ ଫେରିଛନ୍ତି । ଏହି ନାଗରିକମାନଙ୍କୁ ନିଜ ଦେଶକୁ ଫେରିବା ଏବଂ ଫେରାଇବା ପାଇଁ କତାରର ଏମିରଙ୍କ ନିଷ୍ପତ୍ତିକୁ ଆମେ ପ୍ରଶଂସା କରୁଛୁ । କତାରରେ ବନ୍ଦୀ ହୋଇଥିବା ୮ ଜଣ ଭାରତୀୟଙ୍କ ନାମରେ କ୍ୟାପଟେନ ନବତେଜ ସିଂ ଗିଲ, କ୍ୟାପଟେନ ବିରେନ୍ଦ୍ର କୁମାର ବର୍ମା, କ୍ୟାପଟେନ ସୌରଭ ବୈଷ୍ଣବ, କମାଣ୍ଡର ଅମିତ ନାଗପାଲ, କମାଣ୍ଡର ପୂର୍ଣ୍ଣେନ୍ଦ୍ର ତିୱାରୀ, କମାଣ୍ଡର ସୁଗୁନାକର ପାକାଲା, କମାଣ୍ଡର ସଞ୍ଜୀବ ଗୁପ୍ତା ଏବଂ ସେଲର ରାଗେଶ ଅଛନ୍ତି । ଏହାପୂର୍ବରୁ କତାର କୋର୍ଟ ମୃତ୍ୟୁଦଣ୍ଡ ବିରୋଧରେ ଭାରତ ସରକାର ଦେଇଥିବା ଆବେଦନକୁ ଗ୍ରହଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା