ମୃତ୍ୟୁଦଣ୍ଡ ଦେଇଥିବା ୮ ଭାରତୀୟ ନୌସେନା ଅଧିକାରୀଙ୍କୁ ମୁକ୍ତ କଲା କତାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):୮ ଜଣ ଭାରତୀୟ ନୌସେନା ଅଧିକାରୀଙ୍କୁ ମୁକ୍ତ କଲା କତାର। ଗୁପ୍ତଚର କାର୍ୟ୍ୟ ମାମଲାରେ ନୌସେନାର ଏହି ୮ ଭେଟେରାନଙ୍କୁ ମୃତ୍ୟୁଦଣ୍ଡ ଦେଇଥିଲା। ଭାରତ ସରକାରଙ୍କ ହସ୍ତକ୍ଷେପ ପରେ ସମସ୍ତଙ୍କୁ ମୁକ୍ତ କରିଛି। ମୁକ୍ତ ୮ ଜଣଙ୍କ ମଧ୍ୟରୁ ୭ ଜଣ ଭାରତରେ ପହଞ୍ଚି ସାରିଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତ୍ତି ଜାରି କରାଯାଇଛି, ‘କତାରରେ ବନ୍ଦୀ ହୋଇଥିବା ଦାହରା ଗ୍ଲୋବାଲ କମ୍ପାନୀରେ କାର୍ଯ୍ୟ କରୁଥିବା ୮ ଜଣ ଭାରତୀୟ ନାଗରିକଙ୍କୁ ମୁକ୍ତ କରିବାକୁ ଭାରତ ସରକାର ସ୍ୱାଗତ କରିଛନ୍ତି ।

୮ ଜଣଙ୍କ ମଧ୍ୟରୁ ୭ ଜଣ ଭାରତ ଫେରିଛନ୍ତି । ଏହି ନାଗରିକମାନଙ୍କୁ ନିଜ ଦେଶକୁ ଫେରିବା ଏବଂ ଫେରାଇବା ପାଇଁ କତାରର ଏମିରଙ୍କ ନିଷ୍ପତ୍ତିକୁ ଆମେ ପ୍ରଶଂସା କରୁଛୁ । କତାରରେ ବନ୍ଦୀ ହୋଇଥିବା ୮ ଜଣ ଭାରତୀୟଙ୍କ ନାମରେ କ୍ୟାପଟେନ ନବତେଜ ସିଂ ଗିଲ, କ୍ୟାପଟେନ ବିରେନ୍ଦ୍ର କୁମାର ବର୍ମା, କ୍ୟାପଟେନ ସୌରଭ ବୈଷ୍ଣବ, କମାଣ୍ଡର ଅମିତ ନାଗପାଲ, କମାଣ୍ଡର ପୂର୍ଣ୍ଣେନ୍ଦ୍ର ତିୱାରୀ, କମାଣ୍ଡର ସୁଗୁନାକର ପାକାଲା, କମାଣ୍ଡର ସଞ୍ଜୀବ ଗୁପ୍ତା ଏବଂ ସେଲର ରାଗେଶ ଅଛନ୍ତି । ଏହାପୂର୍ବରୁ କତାର କୋର୍ଟ ମୃତ୍ୟୁଦଣ୍ଡ ବିରୋଧରେ ଭାରତ ସରକାର ଦେଇଥିବା ଆବେଦନକୁ ଗ୍ରହଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!