Masthead

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୭ ବିଚାରପତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ନ୍ୟାୟ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୭ ବିଚାରପତି । ଫେବୃଆରୀ ୨୪ରେ ହେବ ଶୁଣାଣି । ଇତିହାସରେ ଏଭଳି ଘଟଣା ପ୍ରଥମ । ପାଟଣା ହାଇକୋର୍ଟର ୭ଜଣ ବିଚାରପତି ରାଜ୍ୟ ସରକାରଙ୍କ ବିରୋଧରେ ନ୍ୟାୟ ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି, ଯାହାର ଶୁଣାଣି ଆସନ୍ତା ୨୪ ତାରିଖରେ ହେବ । ସୂଚନା ଅନୁସାରେ, ବିହାରର ଆକାଉଣ୍ଟ ଜେନେରାଲ ଏହି ୭ ବିଚାରପତିଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ବା ଜିପିଏଫ୍ ବନ୍ଦ କରିଦେଇଛନ୍ତି ।

ଆଇନ ଓ ନ୍ୟାୟ ମନ୍ତ୍ରଣାଳୟର ମତାମତ ଅନୁସାରେ, ଏଭଳି ପଦକ୍ଷେପ ନିଆଯାଇଛି । ଫଳରେ ସେମାନେ ଏହା ବିରୋଧରେ ନ୍ୟାୟ ପାଇବାକୁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ୭ ବିଚାରପତି ହେଉଛନ୍ତି ଜଷ୍ଟିସ୍ ଶୈଳେନ୍ଦ୍ର ସିଂହ, ଜଷ୍ଟିସ୍ ଅରୁଣ କୁମାର ଝା, ଜଷ୍ଟିସ୍ ଜିତେନ୍ଦ୍ର କୁମାର, ଜଷ୍ଟିସ୍ ଆଲୋକ କୁମାର ପାଣ୍ଡେ, ଜଷ୍ଟିସ୍ ସୁନୀଲ ଦତ୍ତା ମିଶ୍ରା, ଜଷ୍ଟିସ୍ ଚନ୍ଦ୍ର ପ୍ରକାଶ ସିଂହ, ଓ ଜଷ୍ଟିସ୍ ଚନ୍ଦ୍ରଶେଖର ଝା । ଏମାନେ ମିଳିତ ଭାବେ ନ୍ୟାୟ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି