Masthead

ବନ୍ଧୁକ ମୁନରେ ୭ ଲକ୍ଷ ଟଙ୍କାର ଗହଣା ଲୁଟ୍

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବନ୍ଧୁକ ମୁନରେ ଗହଣା ଦୋକାନୀ ଠାରୁ ଲୁଟ । ଟଙ୍କା ଓ ଗହଣା ମିଶି ୭ ଲକ୍ଷରୁ ଅଧିକ ଟଙ୍କା ଲୁଟ ହୋଇଥିବା ସୂଚନା । ରାତିରେ ଦୋକାନ ବନ୍ଦ କରି ଘରକୁ ଫେରିବା ସମୟରେ ଲୁଟ । ଏକ ବାଇକରେ ୩ ଜଣ ଆସି ବନ୍ଧୁକ ଦେଖାଇ ବାଇକ ଡିକି ଭାଙ୍ଗି ଓ ବ୍ୟାଗ ଛଡାଇ ନେଇଥିବା ଅଭିଯୋଗ ହୋଇଛି । ଖବର ପାଇ ଜଳେଶ୍ବର ପୋଲିସ ତଦନ୍ତ ଆରମ୍ଭ କରିଛି ।

ସୂଚନ ଅନୁଯାୟୀ ଜଳେଶ୍ୱର ଥାନା ନୂଆଗାଁ ଗ୍ରାମର ଚନ୍ଦନ ରଣା ପ୍ରତିଦିନ ଭଳି ରାତି ୯ଟାରେ ବଳରାମପୁର ଛକ ଠାରେ ଥିବା ନିଜର ଗହଣା ଦୋକାନ ବନ୍ଦ କରି ଏକ ବ୍ୟାଗରେ ସୁନାରୂପ ଗହଣା ଡ଼ିକିରେ ପୁରାଇ ବାଇକ ଯଗେ ଘରକୁ ଯାଉଥିବା ସମୟରେ ନୂଆଁ ଗାଁ ବସଷ୍ଟାଣ୍ଡ ନିକଟରେ ପଛ ପଟୁ ଏକ ବାଇକରେ ୩ଜଣ ଯୁବକ ଆସି ଚନ୍ଦନଙ୍କ ଗାଡି ଅଟକାଇ ଥିଲେ । ସେମାନେ ଚନ୍ଦନର ମୁଣ୍ଡରେ ବନ୍ଧୁକ ଲଗାଇ ଗାଡିର ଡିକି ଭାଙ୍ଗି ସୁନା ରୂପ ଗହଣା ଲୁଟି ନେଇଥିଲେ । ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଂଚି ତଦନ୍ତ କରୁଥିବା ଦେଖିବାକୁ ମିଳିଛି । ୭ଲକ୍ଷରୁ ଅଧିକ ଟଙ୍କାର ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା