ତାତିରୁ ମିଳିବ ଆଶ୍ୱସ୍ତି, ୭ରୁ ୧୧ ସେଣ୍ଟିମିଟର ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବଢିବ ବର୍ଷାର ବିସ୍ତୃତି । ରାଜ୍ୟରେ ପ୍ରାକ ମୌସୁମୀ ବର୍ଷା ଆରମ୍ଭ ହୋଇଥିବା ଆଜିଠୁ ବର୍ଷାର ପରିମାନ ବଢିବ । ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ସହ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଆଉ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ବିଶେଷକରି କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ମଧ୍ୟ ରହିଛି। ୨୨ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ