Masthead

ରାଜଧାନୀରେ ୭ ପୂଜା ମଣ୍ଡପକୁ ରାବଣ ପୋଡି ପାଇଁ ମିଳିଲା ଅନୁମତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀର ୭ଟି ମଣ୍ଡପକୁ ରାବଣ ପୋଡି଼ ପାଇଁ ମିଳିଲା ଅନୁମତି । ଅନୁମତି ପ୍ରଦାନ କଲା କମିସନରେଟ୍ ପୋଲିସ । ଝାରପଡ଼ା, ବରମୁଣ୍ଡା, ନହରକଣ୍ଟା, କୋରଡ଼କଣ୍ଟା ବାଙ୍କୁଆଳ, କୀଟରୋଡ଼, ଇନଫୋ ଭ୍ୟାଲି ଥାନା ଗୋପାଳପୁର । ରାବଣପୋଡି ସମୟରେ ପ୍ରଶାସନ ପକ୍ଷରୁ ଧାର୍ୟ୍ୟ କରାଯାଇଥିବା ସମସ୍ତ ନିୟମକୁ ମାନିବାକୁ ପୂଜା କମିଟିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଖାସ୍ କରି ରାବଣ ପୋଡି ଦେଖିବାକୁ ଆସିଥିବା ଶ୍ରଦ୍ଧାଳୁମାନେ ମଣ୍ଡପ ଠାରୁ ୧୦୦ ମିଟର ଦୂରରେ ରହିବାକୁ ପଡିବ । ଏହା ସହିତ ଅନୁମତି ମିଳିଥିବା ସମସ୍ତ ରାବଣ ପୋଡି ସ୍ଥାନରେ ଗୋଟିଏ ଲେଖାଏଁ ଦମକଳ ଗାଡି ନିୟୋଜିତ ରହିବା ସହ ଅଗ୍ନିଶମ ବାହିନୀ ମଧ୍ୟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ପୂଜା ମଣ୍ଡପକୁ ଅଗ୍ନିନିର୍ବାପକ ଯନ୍ତ୍ର ରଖିବାକୁ କୁହାଯାଇଛି । ସ୍କୁଲ, କଲେଜ, ମନ୍ଦିର ଓ ବାସସ୍ଥାନ ଠାରୁ ୨୫୦ ମିଟର ଦୂରରେ ରାବଣ ପୋଡି କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ