Masthead

ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିମାପଡ଼ା ବଳଙ୍ଗା ନାବାଳିକା ପୋଡ଼ି ଘଟଣା । ପୀଡ଼ିତାଙ୍କୁ ଏମ୍ସର ବର୍ଣ୍ଣ ୟୁନିଟରେ ଭର୍ତ୍ତି । ଝିଅର ୭୦ ପ୍ରତିଶତ ଶରୀର ପୋଡ଼ିଯାଇଥିବା ଏମ୍ସ ପକ୍ଷରୁ ସୂଚନା । ବାରମ୍ବାର ଚେତାଶୂନ୍ୟ ହେଉଛନ୍ତି ପୀଡ଼ିତା । ଏପଟେ ଘଟଣା ଘଟିଥିବା ସ୍ଥାନରେ ପୁରୀ ଏସପିଙ୍କ ସହ ଉପଜିଲ୍ଲାପଳ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ସେପଟେ ଏହି ଘଟଣାରେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପ୍ରଭାତୀ ପରିଡ଼ା ।

ଦୋଷୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । କିଏ ଏମିତି କଲା ଓ କାହିଁକି କଲା ତଦନ୍ତ କରୁଛି ପୁଲିସ । ସୂଚନାମୁତାବକ, ସକାଳୁ ସାଙ୍ଗ ଘରକୁ ଯାଉଥିଲା ବାଟରେ ନାବାଳିକାକୁ ଉଠାଇନେଲେ ୩ ଦୁର୍ବୃତ୍ତ । ମୁହଁରେ କପଡ଼ା ବାନ୍ଧି ଭାର୍ଗବୀ ନଦୀ ପଠାକୁ ନେଇଗଲେ । ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଜାଳିଦେଲେ । ଅଘଟଣ ବେଳେ ପହଞ୍ଚିଥିଲେ କିଛି ସ୍ଥାନୀୟ ଲୋକ ।

ଲୋକଙ୍କୁ ଦେଖି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ । ନିଆଁ ଲିଭାଇବା ସହ ନାବାଳିକାକୁ କରିଥିଲେ ଉଦ୍ଧାର । ମତେ ବଞ୍ଚାନ୍ତୁ ବୋଲି ଗୁହାରି କରିଥିଲେ ନାବାଳିକା । ନାବାଳିକାର ପୋଷାକ, ଚପଲ ପୋଡ଼ି ଯାଇଥିଲା । ତୁରନ୍ତ ନାବାଳିକା ଘରେ ଖବର ଦିଆଯାଇଥିଲା । ପିପିଲି ମେଡିକାଲରେ ଦିଆଯାଇଥିଲା ପ୍ରାଥମିକ ଚିକିତ୍ସା । ପରେ ପୀଡ଼ିତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ