Masthead

ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିମାପଡ଼ା ବଳଙ୍ଗା ନାବାଳିକା ପୋଡ଼ି ଘଟଣା । ପୀଡ଼ିତାଙ୍କୁ ଏମ୍ସର ବର୍ଣ୍ଣ ୟୁନିଟରେ ଭର୍ତ୍ତି । ଝିଅର ୭୦ ପ୍ରତିଶତ ଶରୀର ପୋଡ଼ିଯାଇଥିବା ଏମ୍ସ ପକ୍ଷରୁ ସୂଚନା । ବାରମ୍ବାର ଚେତାଶୂନ୍ୟ ହେଉଛନ୍ତି ପୀଡ଼ିତା । ଏପଟେ ଘଟଣା ଘଟିଥିବା ସ୍ଥାନରେ ପୁରୀ ଏସପିଙ୍କ ସହ ଉପଜିଲ୍ଲାପଳ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ସେପଟେ ଏହି ଘଟଣାରେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପ୍ରଭାତୀ ପରିଡ଼ା ।

ଦୋଷୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । କିଏ ଏମିତି କଲା ଓ କାହିଁକି କଲା ତଦନ୍ତ କରୁଛି ପୁଲିସ । ସୂଚନାମୁତାବକ, ସକାଳୁ ସାଙ୍ଗ ଘରକୁ ଯାଉଥିଲା ବାଟରେ ନାବାଳିକାକୁ ଉଠାଇନେଲେ ୩ ଦୁର୍ବୃତ୍ତ । ମୁହଁରେ କପଡ଼ା ବାନ୍ଧି ଭାର୍ଗବୀ ନଦୀ ପଠାକୁ ନେଇଗଲେ । ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଜାଳିଦେଲେ । ଅଘଟଣ ବେଳେ ପହଞ୍ଚିଥିଲେ କିଛି ସ୍ଥାନୀୟ ଲୋକ ।

ଲୋକଙ୍କୁ ଦେଖି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ । ନିଆଁ ଲିଭାଇବା ସହ ନାବାଳିକାକୁ କରିଥିଲେ ଉଦ୍ଧାର । ମତେ ବଞ୍ଚାନ୍ତୁ ବୋଲି ଗୁହାରି କରିଥିଲେ ନାବାଳିକା । ନାବାଳିକାର ପୋଷାକ, ଚପଲ ପୋଡ଼ି ଯାଇଥିଲା । ତୁରନ୍ତ ନାବାଳିକା ଘରେ ଖବର ଦିଆଯାଇଥିଲା । ପିପିଲି ମେଡିକାଲରେ ଦିଆଯାଇଥିଲା ପ୍ରାଥମିକ ଚିକିତ୍ସା । ପରେ ପୀଡ଼ିତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର