Before Header

୨୪ ଘଣ୍ଟାରେ ୭୩୪ ପଜିଟିଭ

0 22

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୯୫୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୧୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୧୯୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୮୨୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୪୪୫୬୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.