Before Header

୨୪ ଘଣ୍ଟାରେ ୭୭୯ ପଜିଟିଭ

0 21

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୫୬୫୪ରେ ପହଞ୍ଚିଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୫୪ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୨୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୫୬୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ୧୭୮୭୮୬୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.