Masthead

ବରୀରେ ୭୮ତମ ସ୍ୱାଧୀନତା ଦିବସ ପାଳିତ

ବରୀ (ବଡ଼ ଖବର ବ୍ୟୁରୋ):  ଆଜି ଦେଶ ପାଳୁଛି ୭୮ ତମ ସ୍ୱାଧୀନତା ଦିବସ ଯାହାକୁ ନେଇ ଉତ୍ସବ ମୁଖର ସାରା ଭାରତ । ଗାଁଠୁ ସହର ପୁରଠୁ ପଲ୍ଲୀ ସବୁଠି ଉତ୍ସଵ ମୁଖର । ଆଜି ବରୀ ବ୍ଲକରେ ମଧ୍ୟ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବରୀ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ ଯୋଗଦେଇ ପତାକା ଉତୋଳନ କରିଥିଲେ। ପରେ ବରୀ ବିଡ଼ିଓ ଏବିଡିଓ ସ୍ଵାଧୀନତା ଦିବସ ଉପରେ ବକ୍ତବ୍ୟ ଦେବା ସହ ସଂଗ୍ରାମୀଙ୍କ ବଳିଦାନ, ତ୍ୟାଗକୁ ଆଦର୍ଶ ରୂପରେ ଭାବି ଆଗକୁ ବଢ଼ିବାକୁ ଆଗାମୀ ପିଢ଼ିଙ୍କୁ କହିଥିଲେ । ସେହିପରି ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟରେ ବିଧାୟକ ଶ୍ରୀଯୁକ୍ତ ମଲ୍ଲିକ ପତାକା ଉତୋଳନ କରିବା ସହ ପିଲା ମାନଙ୍କୁ ସ୍ଵାଧୀନତା ଦିବସ ଉପରେ ଆଲୋକପାତ କରିଥିଲେ। ବରୀ ବ୍ଲକର ସମସ୍ତ ସରକାରୀ ବେସରକାରୀ କାର୍ୟ୍ୟାଳୟରେ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର