Masthead

ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ । ଦିଲ୍ଲୀରୁ ପଲ୍ଲୀ ସବୁଠି ସ୍ୱତନ୍ତ୍ରତାର ଦିନକୁ ନେଇ ଉତ୍ସାହର ମାହୋଲ । ପିଲାଠୁ ବୁଢା ସଭିଏଁ ଦେଶପ୍ରେମରେ ମସଗୁଲ । ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଲଗାତାର ୧୨ଥର ପାଇଁ ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ ସହ ରାଷ୍ଟ୍ର ଉଦେଶ୍ୟରେ ଅଭିଭାଷଣ ରଖିଛନ୍ତି ପ୍ରଧାନମନ୍ତ୍ରୀ । ଏହା ପୂର୍ବରୁ ରାଜଘାଟ ଯାଇ ମହାତ୍ମାଗାନ୍ଧିଙ୍କ ସମାଧି ପୀଠରେ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ନମୋ । ଏଥର, ସାରା ଦେଶରୁ ମନୋନୀତ ୨୬ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୫ଟି ଗାଁର ସରପଞ୍ଚଙ୍କୁ ଉତ୍ସବରେ ବିଶେଷ ଅତିଥି ଭାବରେ ନିମନ୍ତ୍ରଣ କରାଯାଇଛି ।

ଗ୍ରାମୀଣ ଭାରତରେ ପରିମଳ, ନିରାପଦ ପାନୀୟ ଜଳ, ମହିଳା ସଶକ୍ତିକରଣ ଏବଂ ସ୍ଥାୟୀ ଶାସନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି ସରପଞ୍ଚମାନଙ୍କୁ ସମ୍ମାନିତ କରାଯିବ ।  ସ୍ୱଚ୍ଛ ଭାରତ ମିଶନ-ଗ୍ରାମୀଣ ଅଧୀନରେ ସମସ୍ତ ମନୋନୀତ ପଞ୍ଚାୟତକୁ ଓଡିଏଫ୍ ପ୍ଲସ୍ ଏବଂ ଜଳ ଜୀବନ ମିଶନ ଅଧୀନରେ ହର ଘର ଜଳ ଗ୍ରାମ ଘୋଷଣା କରାଯାଇଛି । ଲାଲକିଲ୍ଲା ଏବଂ ଏହାର ଆଖପାଖ ଅଞ୍ଚଳରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୧୧ ହଜାରରୁ ଅଧିକ ସୁରକ୍ଷା କର୍ମୀ ଏବଂ ୩ହଜାରରୁ ଅଧିକ ଟ୍ରାଫିକ୍ ପୋଲିସ ନିୟୋଜିତ ହୋଇଛନ୍ତି । ଉଚ୍ଚ କୋଠାଗୁଡ଼ିକରେ ସ୍ନାଇପରମାନଙ୍କୁ ନିୟୋଜିତ କରାଯାଇଛି । ତଦାରଖ ଦଳଗୁଡ଼ିକ ଛାତ ଉପରୁ କାର୍ଯ୍ୟକଳାପ ଉପରେ ନିରନ୍ତର ନଜର ରଖିବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ