Masthead

ରେଡ ଆର୍ଲଟରେ ୮ ଜିଲ୍ଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆନ୍ଧ୍ରକୁ ହିଟ୍ କରିବା ପରେ ଦକ୍ଷିଣ ଓଡ଼ିଶାରେ ପ୍ରକୋପ ଦେଖାଇପାରେ ସମ୍ଭାବ୍ୟ ସାଇକ୍ଲୋନ୍ ମୋନ୍ଥା। ୮ଟି ଜିଲ୍ଲାରେ ପ୍ରଭାବ ଦେଖାଇବ ବାତ୍ୟା। ଏଥିପାଇଁ ରେଡ୍ ଜୋନରେ ଅଛି ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲା  ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ଗଞ୍ଜାମ। ଏସବୁ ଜିଲ୍ଲାରେ ଭୀଷଣ ବର୍ଷା ପବନ ସମ୍ଭାବନା ରହିଛି। ଉଚ୍ଚସ୍ତରୀୟ ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।  ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ରହିଛନ୍ତି। ପ୍ରଭାବିତ ଆଶଙ୍କା ଥିବା ୮ ଜିଲ୍ଲାକୁ ଗଲେଣି ୧୨୮ ରେସକ୍ୟୁ ଟିମ୍। ଏଥିରେ ରହିଛି ୨୪ଟି ଓଡ୍ରାଫ, ୫ଟି NDRF ଓ ୯୯ଟି ଅଗ୍ନିଶମ ବାହିନୀ ଟିମ୍।

ସବୁ ଜିଲ୍ଲାକୁ ୩ଟି ଲେଖାଏଁ ଓଡ୍ରାଫ ଟିମ୍ ପଠାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ପଠାଯାଇଛି ୫ଟି NDRF ଟିମ୍।  ସେହିପରି ମାଲକାନଗିରିରେ ଅଗ୍ନିଶମ ବାହିନୀର ୮ଟି ଟିମ୍ ଥିବା ବେଳେ କୋରାପୁଟରେ ୧୪, ନବରଙ୍ଗପୁରରେ ୧୦, ରାୟଗଡ଼ାରେ ୧୧, ଗଜପତିରେ ୭, ଗଞ୍ଜାମରେ ୨୪, କନ୍ଧମାଳରେ ୧୨ ଓ କଳାହାଣ୍ଡି ଜିଲ୍ଲାରେ ୧୩ଟି ଟିମ୍ ମୁତୟନ ରହିଛନ୍ତି। ଏଥିସହ ଖୋର୍ଦ୍ଧା, ପୁରୀ, ନୟାଗଡ଼, ଭଦ୍ରକ, ଜଗତସିଂହପୁର ଜିଲ୍ଲା ପ୍ରଭାବିତ ହୋଇପାରେ।  ବାତ୍ୟାରେ କଳାବଜାରୀ କଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତେଇ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ। ସେହିପରି ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା ଲୋକଙ୍କୁ ସ୍ଥାନାନ୍ତର ଶେଷ ହେବ ବୋଲି ସ୍ବତନ୍ତ୍ର ରିଲିଫ କମିଶନର କହିଛନ୍ତି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅସୁସ୍ଥଗର୍ଭବତୀ ମହିଳା ଓ ବୟସ୍କଙ୍କ ଏକ ତାଲିକା ଜିଲ୍ଲା ସ୍ତରରେ ପ୍ରସ୍ତୁତ କରାଯାଇଛି । ଆବଶ୍ୟକ ପଡ଼ିଲେ ସେମାନଙ୍କୁ ସ୍ଥାନାନ୍ତର କରାଯିବ। ସୋମବାର ସଂଧ୍ୟା ୫ଟା ସୁଦ୍ଧା ଆସନ୍ନ ପ୍ରସବାଙ୍କୁ ଚିକିତ୍ସାଳୟରେ ଭର୍ତ୍ତି କରାଯିବ ଚାଷ କ୍ଷେତ୍ରକୁ ରକ୍ଷା କରିବା ପାଇଁ ଚାଷୀଙ୍କୁ ଅପିଲ କରାଯାଇଛି । ଜିଲ୍ଲା ପ୍ରଶାସନ ମଧ୍ୟ ଏହାକୁ ତୁଲାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ମନ୍ତ୍ରୀ। ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଭୁସ୍ଖଳନ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ପାହାଡ଼ିଆ ଅଞ୍ଚଳକୁ ଚିହ୍ନଟ କରି ପ୍ରତିଷେଧକ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଯେଉଁଠି ପଥର ଖସିବାର ସମ୍ଭାବନା ଅଛି ସେଠାରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଲୋକେ ଘରୁ ବାହାରକୁ ନବହାରିବା ପାଇଁ ସଚେତନ କରାଯାଇଛି। ରାଜ୍ୟର ସମସ୍ତ ଡାକ୍ତରଖାନାରିଲିଫ ସେଣ୍ଟର୍ ସବୁକୁ ଅତିରିକ୍ତ ଶକ୍ତି ଯୋଗାଇବା ପାଇଁ ବ୍ୟବସ୍ଥା କରାଯାଇଛି । ଗଛ ପଡ଼ିବା ଭଳି ସମସ୍ୟା ପାଇଁ ବନ ବିଭାଗ ପକ୍ଷରୁ ସମସ୍ତ ମେସିନ ସହ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ବିଭାଗଜିଲ୍ଲା ପ୍ରଶାସନ ଓ ପଞ୍ଚାୟତ ପ୍ରଶାସନ ସମସ୍ତେ ମୁକାବିଲା ପାଇଁ ପ୍ରସ୍ତୁତ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି