ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): FM କଲେଜ ଛାତ୍ରୀ ମୃତ୍ୟୁ ମାମଲା । ଆଜି ବିଜେଡି ପକ୍ଷରୁ ବାଲେଶ୍ୱର ବନ୍ଦ ଡାକରା । ସକାଳ ୬ଟାରୁ ଅପରାହ୍‌ଣ ୨ଟା ଯାଏଁ ବନ୍ଦ ପାଳୁଛି ବିଜେଡି । ପୀଡ଼ିତାଙ୍କୁ ନ୍ୟାୟ ଓ ମାମଲାର ନ୍ୟାୟିକ ତଦନ୍ତ ଦାବି ବନ୍ଦ ପାଳନ । ଦୋକାନ ବଜାର, ସରକାରୀ ଅଫିସ ଓ ବେସରକାରୀ ଅନୁଷ୍ଠାନ ବନ୍ଦ । ସେପଟେ ଆଜି ଭୁବନେଶ୍ବରରେ ବି ଲୋକସେବା ଭବନ ଘେରିବ ବିଜେଡି । ଏଥିପାଇଁ ସବୁ କର୍ମଚାରୀଙ୍କୁ ସାଢ଼େ ୯ଟା ସୁଦ୍ଧା ଅଫିସ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକସେବା ଭବନ ଓ ଆଖପାଖ ଅଫିସ୍‌ରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସାଢ଼େ ୯ଟାରୁ ଲୋକସେବା ଭବନ ସମ୍ମୁଖ ଗେଟ ବନ୍ଦ ହେବ। ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାରେ ବିରୋଧୀ ଦଳଗୁଡ଼ିକ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଘେରିବାରେ ଲାଗିଛନ୍ତି। ସୋମବାର ବିଳମ୍ବିତ ରାତିରେ ପୀଡ଼ିତା ଛାତ୍ରୀ ଆଖି ବୁଜି ଦେଇଥିବା ଘୋଷଣା କରାଯିବା ପରଠୁ ଏହି ପ୍ରସଙ୍ଗରେ ରାଜନୀତି ଜୋର ଧରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’