Masthead

୮ଘଣ୍ଟିଆ ସୁବର୍ଣ୍ଣପୁର ବନ୍ଦ

ବିନିକା (ବଡ଼ ଖବର ବ୍ୟୁରୋ): ୮ଘଣ୍ଟିଆ ସୁବର୍ଣ୍ଣପୁର ବନ୍ଦ । ରାସ୍ତା କାମ ପାଇଁ ବନ୍ଦ ଡାକରା । ସଚେତନ ନାଗରିକ ମଞ୍ଚ ପକ୍ଷରୁ ୮ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଜରୁରୀ ସେବାକୁ ଛାଡି ଶିକ୍ଷାନୁଷ୍ଠାନ, ଅଫିସ, ବ୍ୟାଙ୍କ ବନ୍ଦ ରହିଛି । ତେବେ ମରଣଯନ୍ତା ରାସ୍ତାପାଇଁ ଆଜି ବିନିକା ବନ୍ଦ ଡାକରା ଦିଆଯାଇଛି । ବିନିକା କଲେଜ ଛକରେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି ଲୋକେ । ବର୍ଷବର୍ଷ ଧରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରର ପାପକ୍ଷୟ ଛକରୁ ଡଭଲା ଛକ ପର୍ଯ୍ୟନ୍ତ ମୁଖ୍ୟରାସ୍ତା ମରଣଯନ୍ତା ପାଲଟିଥିବାରୁ ବିନିକା ସଚେତନ ନାଗରିକ ମଞ୍ଚ ତରଫରୁ ସକାଳ ୬ ଘଣ୍ଟାରୁ ଅପରାହ୍ନ ୨ ଟା ପର୍ଯ୍ୟନ୍ତ ବିନିକାକୁ ବନ୍ଦ ଡାକରା ଦିଆଯାଇଛି ।

ତେବେ ମରଣଯନ୍ତା ରାସ୍ତାପାଇଁ ନିତିଦିନ ଛୋଟବଡ଼ ଦୁର୍ଘଟଣା ଘଟିବା ସହିତ ଖାଲଢିପ ଓ ଧୂଳିମୟ ରାସ୍ତାରେ ଯାତାୟାତ କରି ଲୋକେ ନାହିନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଯେଉଁଥି ପାଇଁ ଆଜି ବିନିକାକୁ ୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିନିକା ସଚେତନ ନାଗରିକ ମଞ୍ଚ । ତେବେ ଏଇ ବନ୍ଦ ପାଳନରେ କେବଳ ଜରୁରୀ ସେବାକୁ ବାଦଦେଇ ସହରର ସମସ୍ତ ଦୋକାନ ବଜାର,ସ୍କୁଲ, କଲେଜ,ବ୍ୟାଙ୍କ,ସରକାରୀ ବେସରକାରୀ ଅନୁଷ୍ଠାନ,ଗାଡି ଚଳାଚଳ ଆଦି ସମ୍ପୂର୍ଣ ଭାବେ ବନ୍ଦ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି