Masthead

୮ଘଣ୍ଟିଆ ସୁବର୍ଣ୍ଣପୁର ବନ୍ଦ

ବିନିକା (ବଡ଼ ଖବର ବ୍ୟୁରୋ): ୮ଘଣ୍ଟିଆ ସୁବର୍ଣ୍ଣପୁର ବନ୍ଦ । ରାସ୍ତା କାମ ପାଇଁ ବନ୍ଦ ଡାକରା । ସଚେତନ ନାଗରିକ ମଞ୍ଚ ପକ୍ଷରୁ ୮ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଜରୁରୀ ସେବାକୁ ଛାଡି ଶିକ୍ଷାନୁଷ୍ଠାନ, ଅଫିସ, ବ୍ୟାଙ୍କ ବନ୍ଦ ରହିଛି । ତେବେ ମରଣଯନ୍ତା ରାସ୍ତାପାଇଁ ଆଜି ବିନିକା ବନ୍ଦ ଡାକରା ଦିଆଯାଇଛି । ବିନିକା କଲେଜ ଛକରେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି ଲୋକେ । ବର୍ଷବର୍ଷ ଧରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରର ପାପକ୍ଷୟ ଛକରୁ ଡଭଲା ଛକ ପର୍ଯ୍ୟନ୍ତ ମୁଖ୍ୟରାସ୍ତା ମରଣଯନ୍ତା ପାଲଟିଥିବାରୁ ବିନିକା ସଚେତନ ନାଗରିକ ମଞ୍ଚ ତରଫରୁ ସକାଳ ୬ ଘଣ୍ଟାରୁ ଅପରାହ୍ନ ୨ ଟା ପର୍ଯ୍ୟନ୍ତ ବିନିକାକୁ ବନ୍ଦ ଡାକରା ଦିଆଯାଇଛି ।

ତେବେ ମରଣଯନ୍ତା ରାସ୍ତାପାଇଁ ନିତିଦିନ ଛୋଟବଡ଼ ଦୁର୍ଘଟଣା ଘଟିବା ସହିତ ଖାଲଢିପ ଓ ଧୂଳିମୟ ରାସ୍ତାରେ ଯାତାୟାତ କରି ଲୋକେ ନାହିନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଯେଉଁଥି ପାଇଁ ଆଜି ବିନିକାକୁ ୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିନିକା ସଚେତନ ନାଗରିକ ମଞ୍ଚ । ତେବେ ଏଇ ବନ୍ଦ ପାଳନରେ କେବଳ ଜରୁରୀ ସେବାକୁ ବାଦଦେଇ ସହରର ସମସ୍ତ ଦୋକାନ ବଜାର,ସ୍କୁଲ, କଲେଜ,ବ୍ୟାଙ୍କ,ସରକାରୀ ବେସରକାରୀ ଅନୁଷ୍ଠାନ,ଗାଡି ଚଳାଚଳ ଆଦି ସମ୍ପୂର୍ଣ ଭାବେ ବନ୍ଦ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ