ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ୮ ଜଣଙ୍କର ମୃତ

ପଶ୍ଚିମବଙ୍ଗ (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ଜଗନ୍ନାଥପୁରରେ ଥିବା ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିବାରୁ ୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ଆହତ ହୋଇଛନ୍ତି । ବିସ୍ଫୋରଣ ଏତେ ପ୍ରଚଣ୍ଡ ଥିଲା ଯେ ଘରର ଛାତ ସମ୍ପୂର୍ଣ୍ଣ ଭୁଶୁଡିଯାଇଛି । ତେବେ ଘର ଭିତରେ ଆଉ କିଛି ଲୋକ ଫସିଥିବା ଆଶଙ୍କା କରାଯାଉଛି । ଦତ୍ତପୁକୁର ଥାନା ଅଞ୍ଚଳର ନିଲ୍‌ଗୁଞ୍ଜ ଅନ୍ତର୍ଗତ ମୋସପୋଲ୍‌ରେ ଥିବା ଉକ୍ତ ବାଣ କାରଖାନାରେ ସକାଳ ପ୍ରାୟ ୧୦ ବେଳେ ବିସ୍ଫୋରଣ ଘଟିବା ସମୟରେ କେତେକ ଲୋକ କାମ କରୁଥିଲେ।

ଘଟଣାସ୍ଥଳରେ ଉଦ୍ଧାରକାର୍ଯ୍ୟ ଆରମ୍ଭ ହୋଇଛି । ଚିକିତ୍ସା ପାଇଁ ଆହତଙ୍କୁ ବାରାସାଟ ଡାକ୍ତରଖାନା ନିଆଯାଇଛି । ଦତ୍ତପୁକୁର ଥାନା ଅଞ୍ଚଳର ନିଲ୍‌ଗୁଞ୍ଜ ଅନ୍ତର୍ଗତ ମୋସପୋଲ୍‌ରେ ଥିବା ଉକ୍ତ ବାଣ କାରଖାନାରେ ସକାଳ ପ୍ରାୟ ୧୦ ବେଳେ ବିସ୍ଫୋରଣ ଘଟିବା ସମୟରେ କେତେକ ଲୋକ କାମ କରୁଥିଲେ। ସ୍ଥାନୀୟ କର୍ତ୍ତୃପକ୍ଷ ଓ ଉଦ୍ଧାକାରୀମାନେ ପହଞ୍ଚି  ତଲାସ ଓ ସ୍ଥାନାନ୍ତରଣ ଅଭିଯାନ ଆରମ୍ଭ କରିଛନ୍ତି। ଦମକଳବାହିନୀ ବି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇ ଥିଲା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ