Masthead

ଶପଥ ଗ୍ରହଣ ପାଇଁ ୮ ହଜାର ନିମନ୍ତ୍ରଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ମୋଦି ୩.୦ । ଆସନ୍ତା ୯ ତାରିଖ ସନ୍ଧ୍ୟା ୬ଟାରେ ଶପଥ ନେବେ ମୋଦି । ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ଶପଥ ନେବେ । ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି । ରାଷ୍ଟ୍ରପତି ଭବନରେ ମୋଦି ୩.୦ ସରକାର ଶପଥ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ରବିବାର ହେବାକୁ ଥିବା ବହୁ ପ୍ରତୀକ୍ଷିତ ଶପଥ ଗ୍ରହଣ ଉତ୍ସବରେ ବହୁ ଦେଶର ସ୍ବତନ୍ତ୍ର ନିମନ୍ତ୍ରିତ ଅତିଥିଙ୍କ ସମେତ ୮ହଜାରରୁ ଅଧିକ ଲୋକ ଉପସ୍ଥିତ ରହିବେ। ଶପଥ ଗ୍ରହଣ ଉତ୍ସବରେ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟରେ ସାମିଲ ଥିବା ଅନେକ ସଫେଇ କର୍ମଚାରୀ, କିନ୍ନର ଓ ଶ୍ରମିକ ସ୍ବତନ୍ତ୍ର ଅତିଥି ଭାବେ ଯୋଗ ଦେବେ।

ସମାରୋହରେ ବନ୍ଦେ ଭାରତ ଓ ମେଟ୍ରୋରେ କାର୍ଯ୍ୟରତ ରେଳ କର୍ମଚାରୀ ଓ ବିକଶିତ ଭାରତ ରାଷ୍ଟ୍ରଦୂତମାନଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି। ଏମାନଙ୍କ ବ୍ୟତୀତ ଦକ୍ଷିଣ ଏସିଆ ଦେଶର ନେତାଙ୍କ ସମେତ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା, ଶ୍ରୀଲଙ୍କା ରାଷ୍ଟ୍ରପତି ରନୀଲ ବିକ୍ରମସିଂଘେ ସାମିଲ ହୋଇପାରନ୍ତି। ସେହିପରି ନେପାଳ, ଭୁଟାନ୍, ମରିସସ୍ ପ୍ରଧାନମନ୍ତ୍ରୀଙ୍କୁ ବି ନିମନ୍ତ୍ରଣପତ୍ର ପଠାଯାଇଥିବା ସୂଚନା ମିଳିଛି। ବଲିଉଡ ସେଲିବ୍ରିଟିଙ୍କୁ ମଧ୍ୟ ନିମନ୍ତ୍ରଣ ଦିଆଯାଇଛି ।

ହେମା ମାଳିନୀ , କଙ୍ଗନା ରଣାୱତ , ଅରୁଣ ଗୋଭିଲ, ରଜନୀକାନ୍ତ , କରନ ଜୋହର, ଅନିଲକପୁର , ଅନୁପମ ଖେର , ବୋନି କପୁର ଏବଂ ଜିତେନ୍ଦ୍ର ମଧ୍ୟ ସାମିଲ ହେବାର ସମ୍ଭାବନା ରହିଛି । ତେବେ ପ୍ରଧାନମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବକୁ ଚୀନ, ପାକିସ୍ତାନ , ଏବଂ ମାଳଦ୍ୱୀପର ନେତାଙ୍କୁ ନିମନ୍ତ୍ରଣ ଦିଆଯାଇନାହିଁ ।ନୂଆ କେନ୍ଦ୍ର ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ ସମାରୋହ ପ୍ରସ୍ତୁତି ପାଇଁ ରାଷ୍ଟ୍ରପତି ଭବନ ଜୁନ ୯ ତାରିଖ ପର୍ୟ୍ୟନ୍ତ ବନ୍ଦ ରହିବ । ଅନ୍ୟପଟେ ମୋଦି ଏନଡିଏ ନେତା ନିର୍ବାଚିତ ହେବା ପରେ ମୋଦିଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି