Masthead

ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ 

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ  ।  ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଘୋଷଣା ।   ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସମୀକ୍ଷା ବୈଠକରେ ସୂଚନା  ।  ପ୍ରତ୍ୟେକ ପଞ୍ଚାୟତ ହେଡକ୍ୱାର୍ଟର୍ସରେ ଗୋଟିଏ ଲେଖାଏଁ ଆଦର୍ଶ ସ୍କୁଲ ନିର୍ମାଣ ହେବ ।  ପ୍ରତ୍ୟେକ ବିଦ୍ୟାଳୟ ପାଇଁ ୭ କୋଟି ଟଙ୍କା ପର୍ଯ୍ୟନ୍ତ ବ୍ୟୟ ଅଟକଳ ରଖାଯାଇଛି ।

ଦୁର୍ଗମ ଅଂଚଳର ପିଲାଙ୍କ ଯିବା ଆସିବା ପାଇଁ ମାଗଣା ପରିବହନ ସୁବିଧା ରଖା ଯାଇଛି ।  ଯେଉଁ ସ୍କୁଲରେ ୧୦୦ରୁ ଅଧିକ  ଛାତ୍ରଛାତ୍ରୀ ଥିବେ ,  ୨ ଏକରରୁ ଅଧିକ ଜମି ଉପଲବ୍ଧ ହେଉଥିବ, ଏବଂ ଶିଶୁ ବାଟିକା ଠାରୁ ଆରମ୍ଭ କରି ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ା ହେଉଥିବ , ସେହି ସ୍କୁଲ ଗୁଡିକୁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭାବେ ନିର୍ମାଣ କରାଯିବ ।

ବୈଠକରେ ମୁଖ୍ୟମନ୍ତ୍ରୀ, ପ୍ରତ୍ୟେକ ଗ୍ରାମ ପଞ୍ଚାୟତର ହେଡକ୍ୱାର୍ଟର୍ସରେ ଭୌଗୋଳିକ ଅବସ୍ଥିତିକୁ ଦୃଷ୍ଟିରେ ରଖି ଗୋଟିଏ ଲେଖାଏଁ ଆଦର୍ଶ ସ୍କୁଲ ନିର୍ମାଣ କରାଯିବ  ।   ବିଶେଷ କରି ଦୁର୍ଗମ ଓ ଦୂର ଅଂଚଳରେ ରହୁଥିବା ପିଲାଙ୍କ ଯିବା ଆସିବା ପାଇଁ ମାଗଣାରେ ପରିବହନ ସୁବିଧା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । ପର୍ଯ୍ୟାପ୍ତ ଜମି ଥିବା ସ୍କୁଲଗୁଡ଼ିକୁ ଚୟନ କରାଯାଇ , ଭବିଷ୍ୟତରେ ହାଇସ୍କୁଲ ସ୍ତରକୁ ଅପଗ୍ରେଡ୍ ପାଇଁ ଏହାକୁ ଉନ୍ନତିକରଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ