ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୦୯୩୭ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୯୬ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୫୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୦୯୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୩୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୪୨୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୪୮୩୭୦୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *