Masthead

ଅଗଷ୍ଟ ୨୮ରେ ଅଫଲାଇନ୍ ମାଟ୍ରିକ୍ ଫଳ !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅଗଷ୍ଟ ୨୮ ସୁଦ୍ଧା ପ୍ରକାଶ ପାଇବ ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା ଫଳ । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଜୋରଦାର ଉଦ୍ୟମ ଚଳାଇଛି। ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ଗ୍ରେଡ୍‌ ସ୍ଥିର ହୋଇଥିବା ବେଳେ ଏ-୧ ଓ ଏ-୨ ଗ୍ରେଡ୍‌ ପାଇଥିବା ପିଲାଙ୍କ ମାର୍କକୁ ପୁଣିଥରେ ଯାଞ୍ଚ କରାଯାଉଛି। ଆସନ୍ତା ୨୨ତାରିଖ ମଧ୍ୟରେ ଏ-୧ ପାଇଥିବା ପିଲାଙ୍କ ତାଲିକା ଚୂଡାନ୍ତ ହୋଇଯିବ ଓ ଆସନ୍ତା ୨୮ତାରିଖ ମଧ୍ୟରେ ଫଳ ପ୍ରକାଶ କରାଯିବ ବୋଲି ଜଣାପଡ଼ିଛି।

ଅଫଲାଇନ୍ ମାଟ୍ରିକ୍ ପରୀକ୍ଷାରେ ରାଜ୍ୟ ୧୫ ହଜାର ୧୫୧ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ। ଏହି ପରୀକ୍ଷା ଜୁଲାଇ ୩୦ରୁ ଅଗଷ୍ଟ ୫ତାରିଖ ପର୍ଯ୍ୟନ୍ତ ରାଜ୍ୟର ୫୦୪ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହୋଇଥିଲା। ପରୀକ୍ଷାର ବିଭିନ୍ନ ବିଷୟରେ ପାଖାପାଖି ୩ହଜାର ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଥିବା ବେଳେ ୧୨ହଜାରରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା